www.samajalive.in
Tuesday, December 9, 2025
19.1 C
Bhubaneswar

ଭିଜିଲାନ୍ସ ଜାଲରେ ବାଲୁଗାଁର ଅବସରପ୍ରାପ୍ତ ରେଞ୍ଜର ଅଭୟ ଜେନା

ଭୁବନେଶ୍ଵର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲୁଗାଁର ଅବସରପ୍ରାପ୍ତ ରେଞ୍ଜର ଅଭୟ ଜେନାଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ । କଟକ ମହୁମାଛି ଗଳିରେ ଥିବା ଘର ସମେତ ୫ଟି ସ୍ଥାନରେ ଚଢ଼ାଉ ହୋଇଛି। ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇଁ ଭିିଜିଲାନ୍ସ ବିଭାଗର ଅଧିକାରୀମାନେ ଅତର୍କିତ ଭାବେ ଚଢ଼ାଉ କରିଛନ୍ତି ।

ଭିଜିଲାନ୍ସ ଭୁବନେଶ୍ବର ନ୍ୟୁ ଫରେଷ୍ଟ ପାର୍କରେ ଥିବା ୩ ମହଲା ଘରେ ଏବଂ  ଭୀମପୁର ମୌଜା, ବାରଙ୍ଗ ଦଧିପାଟଣାରେ ଥିବା ଘର, କେନ୍ଦ୍ରାପଡା ପାଟକୁରାର ବଙ୍ଗାଲପୁରରେ ପୈତୃକ ସମ୍ପତ୍ତି ଓ ଶ୍ବଶୁର ଘରେ ରେଡ୍‌ କରିଛି ଭିଜିଲାନ୍ସ। କେନ୍ଦ୍ରାପଡ଼ା, କଟକ ଓ ବାଲୁଗାଁରେ ଭିଜିଲାନ୍ସ ଟିମର ଚଢ଼ାଉ ଜାରି ରହିଛି । ତେବେ ଅବସରପ୍ରାପ୍ତ ଅଧିକାରୀଙ୍କ ନାଁରେ କୋଟିଏରୁ ଅଧିକ ସଂପତ୍ତି ଥିବା ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଜାଣିବାକୁ ପାଇଛନ୍ତି । କିନ୍ତୁ ହିସାବ ପରେ ଏହାର ପ୍ରକୃତ ସଂପତ୍ତି ଜଣାପଡ଼ିବ ।

Hot this week

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

Related Articles

Popular Categories