ଭୁବନେଶ୍ୱର : କଟକ ତେଲେଙ୍ଗାପେଣ୍ଠ ସଇଁନ୍ଦା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀଙ୍କ ଘରେ ଗୁରୁବାର ଭିଜିଲାନ୍ସ ଚଢଉ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ଼୍ କରାଯାଇଛି। ମିଳିଥିବା ଖବର ଅନୁସାରେ, ଭୁବନେଶ୍ୱର ସ୍ଥିତ ତାଙ୍କ ସରକାରୀ ବାସଭବନ ସମେତ ୫ଟି ସ୍ଥାନରେ ଚଢଉ ଚାଲିଛି।



