www.samajalive.in
Monday, December 15, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ

ବ୍ରହ୍ମପୁର: ଆଉ ମାତ୍ର ୩ ଦିନ ପରେ ଅବସର ନେଇଥାନ୍ତେ। କିନ୍ତୁ ଏହା ପୂର୍ବରୁ ଆଜି ଭିଜିଲାନ୍ସୁ ପଞ୍ଝାରେ ପଡିଛନ୍ତି। ଭିଜିଲାନ୍ସ ଜାଲରେ ପଡିଛନ୍ତି ଗଞ୍ଜାମ ବ୍ଲକ ସହକାରୀ କାର୍ଯ୍ୟନିର୍ବାହୀ  ଯନ୍ତ୍ରୀ ସୁଶୀଲ କୁମାର ପଣ୍ଡା। ଆୟ  ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଚଢାଉ ଜାରି ରଖିଛି।  ଏକକାଳୀନ ୭ ଟି ସ୍ଥାନରେ ଚଢ଼ାଉ ଚାଲିଛି। ବ୍ରହ୍ମପୁର ରାମହରି ନଗରରେ ଥିବା ସୁଶୀଲଙ୍କ ବାସଭବନ, ଆଙ୍କୁଲି ମୁକ୍ତେଶ୍ଵର ଆପାର୍ଟମେଣ୍ଟର ଦୁଇଟି ଫ୍ଲାଟ, ପୁରୀ ଚୁଡଙ୍ଗ ସାହି, କବିସୂର୍ଯ୍ୟନଗର ଗୁଡିଆଳିର ତାଙ୍କର ପୈତୃକ ଘର, ପୁରୁଷୋତ୍ତମପୁର ବେଢ ଗାଁରେ ଥିବା ତାଙ୍କର ପୈତୃକ ଘର ସହ ଗଞ୍ଜାମ ବ୍ଲକ କାର୍ଯ୍ୟାଳୟରେ ଏକକାଳୀନ ଭାବେ ୭ଟି ସ୍ଥାନରେ ଚଢ଼ାଉ କରାଯାଉଛି। ଏହି ଚଢ଼ାଉରେ ୬ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର ସାମିଲ ହୋଇଛନ୍ତି । ଭିଜିଲାନ୍ସ ଚଢ଼ାଉ ସମୟରେ ଲକ୍ଷାଧିକ ନଗଦ ଟଙ୍କା ସହ କିଛି ସୁନା ଅଳଙ୍କାର ଜବତ କରାଯାଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories