www.samajalive.in
Monday, December 15, 2025
16.1 C
Bhubaneswar

ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା ଗିରଫ

ଅନୁଗୁଳ: ଜଳସେଚନ ବିଭାଗ ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା ଗିରଫ ହୋଇଛନ୍ତି। ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି। କୋଟି କୋଟି ଟଙ୍କା ଆୟବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିିଜିଲାନ୍ସ ଜାଲରେ ଛନ୍ଦି ହୋଇଥିଲେ ପାନପୋଷ ଆଇଟିଡିଏର ପୂର୍ବତନ ନିର୍ବାହୀ ଯନ୍ତ୍ରୀ ତଥା ବର୍ତ୍ତମାନର ଅନୁଗୋଳ ଜଳସେଚନ ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ସୁରେନ୍ଦ୍ର ବେହେରା। ସୁରେନ୍ଦ୍ରଙ୍କ ଆଉ ବର୍ଷେ ଚାକିରି ଥିଲା। ଅବସର ପୂର୍ବରୁ ସେ ଭିଜିଲାନ୍ସ ଜାଲରେ ପଡ଼ିଯାଇଛନ୍ତି। ସୁନ୍ଦରଗଡ଼ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ନିର୍ଦେଶରେ ରାଉରକେଲା ଭିଜିଲାନ୍ସ ଏସ୍‌ପି ସୁରେନ୍ଦ୍ରନାଥ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରାଉରକେଲା, ସୁନ୍ଦରଗଡ଼, ଅନୁଗୋଳ, ଭୁବନେଶ୍ୱର ସମେତ ୮ଟି ଜାଗାରେ ଏକକାଳୀନ ଚଢ଼ଉ କରାଯାଇଥିଲା। ସୁରେନ୍ଦ୍ରଙ୍କ ନାମରେ ବିଭିନ୍ନ ଜାଗାରେ ଥିବା ପ୍ରାୟ କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ ହୋଇଛି।

Hot this week

ଆଜି ବି ୬,୭୦୪ ଗାଁକୁ ରାସ୍ତା ନାହିଁ

ଭୁବନେଶ୍ବର: ଦେଶ ସ୍ବାଧୀନତାର ୭୭ବର୍ଷ ପରେ ବି ରାଜ୍ୟର ୬,୭୦୪ଟି ଗାଁକୁ...

ପଶ୍ଚିମ ଓଡ଼ିଶାରେ ପ୍ରଫେସର ସଙ୍କଟ

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଅଧିକାଂଶ ବିଶ୍ବବିଦ୍ୟାଳୟରେ ପ୍ରଫେସର ପଦ ଖାଲି ପଡ଼ିଛି।...

ମଧ୍ୟସ୍ଥତା ହିଁ ନ୍ୟାୟ ପ୍ରଣାଳୀର ସରଳ ବିକଳ୍ପ : ପ୍ରଧାନ ବିଚାରପତି

କଟକ: ବିଚାରାଧୀନ ମାମଲା, ବଢ଼ୁଥିବା ମକଦ୍ଦମା ଖର୍ଚ୍ଚ ଏବଂ ସମୟ ବ୍ୟୟ-ଏହି...

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

Related Articles

Popular Categories