www.samajalive.in
Friday, December 5, 2025
26.1 C
Bhubaneswar

ଭିଜିଲାନ୍ସ ଜାଲରେ ଡ୍ରଗ୍ସ ମାଫିଆଙ୍କ ଲିଙ୍କରେ ନିଲମ୍ବିତ ଜଳେଶ୍ବର ଥାନା ଆଇଆଇସି

ଭୁବନେଶ୍ବର : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଜଳେଶ୍ୱରର ନିଲମ୍ବିତ ଆଇଆଇସି ଧନେଶ୍ୱର ସାହୁଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଛି। ନିଲମ୍ବିତ ଜଳେଶ୍ବର ଥାନା ଆଇଆଇସି ଧନେଶ୍ବର ସାହୁଙ୍କ ଜଳେଶ୍ବର ସରକାରୀ କ୍ବାର୍ଟର ଏବଂ ତାଙ୍କ ସମ୍ପର୍କୀୟଙ୍କ ଘର ସମେତ ୭ଟି ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ଚଢାଉ ଚାଲିଥିବାର ଖବର ମିଳିଛି। ଧନେଶ୍ବର ସାହୁଙ୍କ କଟକ ଜିଲ୍ଲାର ନରସିଂହପୁରରେ ଥିବା ପୈତୃକ ଘର, ଶ୍ବଶୂର ଘର କଟକ ଓ ଭୁବନେଶ୍ବରରେ ଥିବା ଘର ଆଦିଠାରେ ଭିଜିଲାନ୍ସ ଟିମ୍ ଚଢାଉ ଜାରି ରଖିଛି। ଭିଜିଲାନ୍ସ ଟିମ୍ ଧନେଶ୍ୱରଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତିର ଆକଳନ କରିବ।

ସୂଚନାଯୋଗ୍ୟ ଡ୍ରଗ୍ସ ମାଫିଆଙ୍କଙ୍କୁ ଟଙ୍କା ମାଗିବା ସମ୍ପର୍କିତ ଏକ ଅଡ଼ିଓ ଭାଇରାଲ୍ ହୋଇଥିଲା । ତାପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହୋଇଥିଲା। ଗତ ୧୫ ତାରିଖରେ ଜଳେଶ୍ବର ଥାନା ଆଇଆଇସି ଧନେଶ୍ବର ସାହୁଙ୍କ ବିରୁଦ୍ଧରେ ପୁଲିସ୍ ଡିଜି ଅଭୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲେ। ବାଲେଶ୍ବର ଜିଲାର ଜଳେଶ୍ବର ଥାନା ଆଇଆଇସି ଧନେଶ୍ବର ସାହୁଙ୍କୁ ପୁଲିସ ଡିଜି ଅଭୟ ନିଲମ୍ବନ କରିଥିଲେ। ନିଲମ୍ବନ ପରେ ମଧ୍ୟ ତାଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ନେଇ ଅଭିଯୋଗ ହୋଇଥିଲା। ଏବେ ଭିଜିଲାନ୍ସ ସ୍କାନରରେ ଅଛନ୍ତି ଧନେଶ୍ୱର ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories