www.samajalive.in
Friday, December 12, 2025
19.1 C
Bhubaneswar

ପାଟଣାକୁ ସବ ଡିଭିଜନ ଘୋଷଣା ଦାବିରେ ମୁଖ୍ୟ ମନ୍ତ୍ରୀଙ୍କୁ ଭେଟିଲେ ବିକାଶ ମଞ୍ଚ ପ୍ରତିନିଧି

ପାଟଣା : କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ମୁଖ୍ୟାଳୟକୁ ସବ୍‌ ଡିଭିଜନ(ଉପଖଣ୍ଡ)ଘୋଷଣା ଦାବି ହୋଇଛି। ଏ ନେଇ ଶନିବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନେତୃତ୍ୱରେ କେନ୍ଦୁଝର ସର୍କିଟ ହାଉସରେ ପାଟଣା ସାହାରପଡା ବିକାଶ ମଞ୍ଚର ଏକ ପ୍ରତିନିଧିମଣ୍ଡଳୀ ୨ ବ୍ଲକର ନିର୍ବାଚିତ ଲୋକ ପ୍ରତିନିଧି, ବୁଦ୍ଧିଜୀବୀ ଓ ବିଭିନ୍ନ ରାଜନୈତିକ ଦଳର ରାଜନେତାଙ୍କ ଦସ୍ତଖତ ସମ୍ବଳିତ ଦାବିପତ୍ରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ମାଝି ଦାବିପତ୍ର ଗ୍ରହଣ ସହ ଦାବିକୁ ସହୃଦୟତାର ସହ ବିଚାର କରିବେ ବୋଲି ପ୍ରତିଶୃତି ଦେଇଥିବା ଯୁବନେତା ବିଜୟରତ୍ନ ପତି ପ୍ରକାଶ କରିଛନ୍ତି।
ଏଥିରେ ବିକାଶ ମଞ୍ଚର ସଭାପତି ପୂର୍ବତନ ପାଟଣା ବ୍ଲକ ଅଧକ୍ଷ ଇଂ ବିଦ୍ୟାଧର ଦାଶ, ପୂର୍ବତନ ବିଧାୟକ ଜଗନ୍ନାଥ ନାଏକ, ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାଏକ, ଭାଜପା ରାଜ୍ୟ କୃଷକ ମୋର୍ଚ୍ଚା ଉପସଭାପତି ରାଧାକାନ୍ତ ମହାନ୍ତ, କଂଗ୍ରେସ ଏମ୍‌ପି ପ୍ରାର୍ଥୀ ଇଂ ବିନୋଦ ବିହାରୀ ନାଏକ, ପାଟଣା ସାହାରପଡ଼ା ବିକାଶ ମଞ୍ଚର ଅଜୟ କୁମାର ଦାଶ, ଯୁବନେତା ବିଜୟ ରତ୍ନ ପତି, ଯୁଗଳ କିଶୋରଦାଶ, ଜିଲାପରିଷଦ ସଦସ୍ୟ ପ୍ରଫୁଲ୍ଲ ନାୟକ,ସାହାରପଡା ବ୍ଲକ ପୂର୍ବତନ ଅଧ୍ୟକ୍ଷ ଗୌତମ ନାଏକ, ରବୀନ୍ଦ୍ର ନାଏକ, କଂଗ୍ରେସ ନେତା ଲକ୍ଷ୍ମଣ କୁମାର ଦାଶ, ଭାଜପା ନେତା ଦୁର୍ଗା ଚରଣ ନାୟକ ପ୍ରମୁଖ ସାମିଲ ହୋଇଥିଲେ।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories