www.samajalive.in
Saturday, December 13, 2025
26.1 C
Bhubaneswar

ବିକଶିତ ଗାଁ ବିକଶିତ ଓଡିଶା ଯୋଜନାର ଶୁଭାରମ୍ଭ

କଲ୍ୟାଣସିଂହପୁର- ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସମିତି କାର୍ଯ୍ୟାଳୟ ପରିସରରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ବିକାଶିତ ଗାଁ ବିକାଶିତ ଓଡିଶା ଯୋଜନାର ଭିଚୁଆଲ ମାଧ୍ୟମରେ ଶୁଭାରମ୍ଭ କରାଯାଇଛି। ଏଥିରେ ସମିତି ଅଧ୍ୟକ୍ଷା ଅମ୍ବ୍ରିତା କାଡ୍ରାକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ବିଡ଼ିଓ ମନୀଷା ଦାସ, ସହକାରୀ ଯନ୍ତ୍ରୀ ସବ୍ୟସାଚୀ ନାୟକ ,ସିଡିପିଓ ମମତା ରାଣୀ ଦାସ ଓ ପଞ୍ଚାୟତ ଜନ ପ୍ରତିନିଧି, ସ୍ୱୟଂ ସହାୟକ ଗୋଷ୍ଠୀ ର ମହିଳା ,ପି ଆର ସଦସ୍ୟ , ଗ୍ରାମବାସୀ ଓ ଦଳୀୟ ନେତା କର୍ମୀ,ବ୍ଲକ କର୍ମଚାରୀ ପ୍ରମୁଖ ଉପସ୍ଥିତ ରହିଥିଲେ। ଆଜି ଖୋର୍ଦ୍ଧା ଜଙ୍କିଆ ମିନି ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଙ୍କ କର କମଳରେ ଭିଚୁଆଲ ମଧ୍ୟରେ ବିକାଶିତ ଗାଁ ବିକାଶିତ ଓଡିଶା ର ଶୁଭାରମ୍ଭ କରିଥିଲେ ।ଏହି ଯୋଜନା ୫ବର୍ଷ ପର୍ଯ୍ୟନ୍ତ କାର୍ଯ୍ୟକାରୀ ହେବ । ମୌଳିକ ଭିର୍ତ୍ତଭୂମି ବିକାଶ ସହ ଗ୍ରାମୀଣ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ଼ୀକରଣ ,କ୍ଷୁଦ୍ର ପର୍ଯ୍ୟଟନସ୍ଥଳୀର ବିକାଶ ଓ ଉନ୍ନତିକରଣ ,ଶିକ୍ଷା ଓ କ୍ରୀଡ଼ା ଭିର୍ତ୍ତିଭୂମି ର ସମ୍ପ୍ରସାରଣ ଓ ଆଧୁନିକରଣ ,ନୂତନ ଅଭିନବ ଜନମଙ୍ଗଲକାରୀ ବହୁମୁଖୀ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟାନ୍ଵୟନ ,ବିକାଶ ଭାବରେ ଅନୁନ୍ନତ ଜନଜାତି ସମୁଦାୟ (ପିଭିଟିଜି) ବସବାସ କରୁଥିବା ଅଞ୍ଚଳରେ ଆଭ୍ୟନ୍ତରୀଣ ଓ ଆନ୍ତଃ ଗ୍ରାମ୍ୟ ସଡକ ସଂଯୋଗୀକରଣ ବିକାଶ ପାଇଁ ୫ହଜାର କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି ବୋଲି କହିଥିଲେ ।ଏହି କାର୍ଯ୍ୟକ୍ରମ କୁ ବ୍ଲକପ୍ରଶାସନ, ବ୍ଲକବାସୀ ଓ ଜନପ୍ରତିନିଧି ମାନେ ସ୍ୱାଗତ କରି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ । ଏଥିରେ ପୁଲିସ ବିଭାଗ ଉପସ୍ଥିତ ରହି ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ କରିଥିଲେ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories