www.samajalive.in
Sunday, December 7, 2025
23.1 C
Bhubaneswar

‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଖୋର୍ଦ୍ଧା ଜଙ୍କିଆ ମିନି ଷ୍ଟାଡିୟମରେ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାରାୟଣ ନାୟକ, ସ୍ଥାନୀୟ ବିଧାୟକ ପ୍ରଶାନ୍ତ ଜଗଦେବ, ଏକାମ୍ର ବିଧାୟକ ବାବୁ ସିଂହ ଓ ଜିଲାପାଳ ଚଞ୍ଚଲ ରାଣା ପ୍ରମୁଖ ଉପସ୍ଥିତ ଥିଲେ।

ଏହି ଯୋଜନା ଅଧୀନରେ ଗ୍ରାମାଞ୍ଚଳର ବିକାଶ ପାଇଁ ପ୍ରତ୍ୟେକ ବର୍ଷ ୧ ହଜାର କୋଟି ଟଙ୍କାର ବ୍ୟୟ ଅଟକଳ ସହ ଆଗାମୀ ୫ ବର୍ଷ ପାଇଁ ମୋଟ୍ ୫ ହଜାର କୋଟିର ବ୍ୟୟବରାଦ ହୋଇଛି। ଏହା ଦ୍ଵାରା ମୌଳିକ ଭିତ୍ତିଭୂମିର ବିକାଶ ସହ ଗ୍ରାମାଞ୍ଚଳର ଯୋଗାଯୋଗ ବ୍ୟବସ୍ଥାକୁ ସୁଦୃଢ କରିବାକୁ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର। ବିଶେଷ କରି ଅନୁନ୍ନତ ଜନଜାତି ସମୁଦାୟ ବା ପିଭିଟିଜି ବସବାସ କରୁଥିବା ଅଞ୍ଚଳର ସଡ଼କ ସଂଯୋଗୀକରଣ, ଶିକ୍ଷା ଓ କ୍ରୀଡ଼ା ଭିତ୍ତିଭୂମିର ସମ୍ପ୍ରସାରଣ ଏବଂ ଆଧୁନିକୀକରଣ, କ୍ଷୁଦ୍ର ପର୍ଯ୍ୟଟନ ସ୍ଥଳର ବିକାଶ ଓ ଉନ୍ନତିକରଣ, ଜନମଙ୍ଗଳକାରୀ ବହୁମୁଖୀ ପ୍ରକଳ୍ପର ନିର୍ମାଣ ଓ କାର୍ଯ୍ୟାନ୍ବୟନ ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ। ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ଆଜିଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କରକମଳରେ ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories