www.samajalive.in
Sunday, December 7, 2025
15.1 C
Bhubaneswar

ନିର୍ବାଚନ ଲଢିବେ ବଜରଙ୍ଗ ଓ ବିନେଶ! ରାହୁଲଙ୍କୁ ଭେଟିବା ପରେ ବଢିଲା ଚର୍ଚ୍ଚା

ସମାଜ ଡିଜିଟାଲ ଡେସ୍କ: ଚଳିତ ଥର ହରିୟାଣାରେ ବିଧାନସଭା ନିର୍ବାଚନ ଲଢିବେ କୁସ୍ତି ଯୋଦ୍ଧା ବଜରଙ୍ଗ ପୁନିଆ ଓ ବିନେଶ ଫୋଗତ। ହରିୟାଣା ବିଧାନସଭା ନିର୍ବାଚନରେ ଏହି ଦୁଇ ଜଣ ନିଜର ଭାଗ୍ୟ ପରୀକ୍ଷା କରିବାକୁ ଯାଉଛନ୍ତି। ଉଭୟଙ୍କୁ କଂଗ୍ରେସ ପ୍ରାର୍ଥୀ କରିବ ବୋଲି ସୂଚନା ମିଳିଛି। ବଜରଙ୍ଗ ପୁନିଆ ଓ ବିନେଶ ଫୋଗତ ଆଜି କଂଗ୍ରେସ ଦଳରେ ସାମିଲ ହୋଇଛନ୍ତି। ରାହୁଲ ଗାନ୍ଧୀଙ୍କୁ ଉଭୟ ଭେଟିଥିବା ଜଣାପଡ଼ିଛି। ରାହୁଲଙ୍କ ସହ ଭେଟଘାଟ ପରେ ଉଭୟ ନିର୍ବାଚନ ଲଢିବା ଏକ ପ୍ରକାର ସ୍ପଷ୍ଟ ବୋଲି କୁହାଯାଉଛି। ଆସନ୍ତା ମାସରେ ହରିୟାଣରେ ବିଧାନସଭା ନିର୍ବାଚନ ହେବ। ଗତ ଶନିବାର କୃଷକଙ୍କ ଆନ୍ଦୋଳନର ୨୦୦ ଦିନ ପୂରଣ ହେବା ପରେ ବିନେଶ ଫୋଗତ ଚାଷୀଙ୍କୁ ଭେଟି ସମବେଦନା ଜଣାଇଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories