www.samajalive.in
Monday, December 15, 2025
27.1 C
Bhubaneswar

ବିନିଲ କ୍ରିଷ୍ଣା ଓ ଭିଭି ଯାଦବ ଆକାଂକ୍ଷୀ ଜିଲା ପ୍ରଭାରୀ ନିଯୁକ୍ତ

ଭୁବନେଶ୍ବର: କେନ୍ଦ୍ରୀୟ ଡେପୁଟେସନ୍‌ରେ ଥିବା ଓଡ଼ିଶା କ୍ୟାଡର୍‌ର ଦୁଇ ଆଇଏଏସ୍‌ ଅଧିକାରୀଙ୍କୁ ଦୁଇ ଆକାଂକ୍ଷୀ ଜିଲାର କେନ୍ଦ୍ରୀୟ ପ୍ରଭାରୀ ଦାୟିତ୍ବ ଦିଆଯାଇଛି। ଭାରତ ସରକାରଙ୍କ କ୍ରୀଡ଼ା ବିଭାଗର ଯୁଗ୍ମ ସଚିବ ଥିବା ଆର ବିନିଲ କ୍ରିଷ୍ଣାଙ୍କୁ ବଲାଙ୍ଗିର ଜିଲା ଦାୟିତ୍ବ ପ୍ରଦାନ କରାଯାଇଛି। ସେହିପରି କେନ୍ଦ୍ର ପରିବେଶ ମନ୍ତ୍ରଣାଳୟର ଅତିରିକ୍ତ ସଚିବ ବୀର ବିକ୍ରମ ଯାଦବଙ୍କୁ ଢେଙ୍କାନାଳ ଜିଲା ଦାୟିତ୍ବ ପ୍ରଦାନ କରାଯାଇଛି। କେନ୍ଦ୍ର କ୍ୟାବିନେଟର ନିଯୁକ୍ତି କମିଟି ଦ୍ୱାରା ଗୁରୁବାର ଏହି ନିଯୁକ୍ତି ଦିଆଯାଇଛି। ଗତ ମାସରେ ଦୁଇ ଆଇଏଏସ୍‌ ଅଧିକାରୀ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ। ଅପରପକ୍ଷେ କେନ୍ଦ୍ର ଖାଦ୍ୟ ଓ ସାଧାରଣ ବଣ୍ଟନ ବିଭାଗର ଯୁଗ୍ମସଚିବ ତଥା ଆଇଏଫ୍‌ଏସ୍‌ ଅଧିକାରୀ ଅନୀତା କରନଙ୍କୁ କଳାହାଣ୍ଡି ଜିଲା ଏବଂ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର ଯୁଗ୍ମ ସଚିବ ତଥା ଆଇଆରଏସ୍ ଅଧିକାରୀ ସମର ନନ୍ଦଙ୍କୁ ନୂଆପଡ଼ା ଜିଲାର କେନ୍ଦ୍ରୀୟ ପ୍ରଭାରୀ ଅଧିକାରୀ ଭାବେ ନିଯୁକ୍ତି ମିଳିଛି।

Hot this week

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories