www.samajalive.in
Monday, December 8, 2025
14.1 C
Bhubaneswar

ଜିଲାସ୍ତରୀୟ ମାସିକ ରାଜସ୍ବ ସମୀକ୍ଷା ବୈଠକ ଅନୁଷ୍ଠିତ 

ନବରଙ୍ଗପୁର: ଭର୍ଚୁଆଲ ମାଧ୍ୟମରେ ନବରଙ୍ଗପୁର ଜିଲ୍ଲାପାଳ ଡକ୍ଟର ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆଜି ଜିଲାସ୍ତରୀୟ ମାସିକ ରାଜସ୍ବ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

ଜିଲ୍ଲାପାଳ ଡ଼ଃ ଅଜିତ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରତ୍ନାକର ସାହୁ, ଉପ ଜିଲ୍ଲାପାଳ ଭାସ୍କର ରୋଇତ , ଡେପୁଟି ଜିଲ୍ଲାପାଳ ନିର୍ମଳ ନାୟକ, ମୌସୁମୀ ନାୟକ, ଅନାମିକା ପାଣ୍ଡେ ସମେତ ନବରଙ୍ଗପୁର ଜିଲ୍ଲାର ୧୦ ଗୋଟି ତହସିଲର ତହସିଲଦାର, ଅତିରିକ୍ତ ତହସିଲଦାର, ଉପ ନିବନ୍ଧକ, କୃଷ୍ଣ ନାୟକ, ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରମୁଖ ଆଲୋଚନାରେ ଭାଗ ନେଇଥିଲେ। ଜିଲ୍ଲାର ବିଭିନ୍ନ ରାଜସ୍ୱ ମାମଲାଗୁଡିକ ନିର୍ଦ୍ଧାରିତ ଧାର୍ୟ୍ୟ ସମୟ ସୀମା ମଧ୍ୟରେ ଫଇସଲା କରିବା ପାଇଁ ଜିଲ୍ଲାପାଳ ତହସିଲଦାର ମାନଙ୍କୁ ନିର୍ଦେଶ ଦେବାସହ ସମସ୍ତ ସୌରାତ ମାମଲା ଗୁଡିକର ଶୀଘ୍ର ଫଇସଲା କରି ରାଜସ୍ବ ଆଦାୟ କରିବାକୁ କହିଥିଲେ । ସମ୍ଭାବ୍ୟ ଲଘୁଚାପଜନିତ ବର୍ଷାକୁ ଦୃଷ୍ଟିରେ ରଖି ସମସ୍ତ ବ୍ଲକ ସ୍ତରରେ ଚବିଶ ଘଣ୍ଟା ନିୟନ୍ତ୍ରଣ କକ୍ଷ ଖୋଲା ରଖିବା ସହ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିବା ପାଇଁ ଜିଲ୍ଲାପାଳ ଶ୍ରୀ ମିଶ୍ର ନିର୍ଦେଶ ଦେଇଥିଲେ।

- Advertisement -

ନଭେମ୍ବର ମାସ ଶେଷ ପର୍ୟ୍ୟନ୍ତ ପ୍ରତିଦିନ ବର୍ଷା ଜନିତ କ୍ଷୟକ୍ଷତି ପରିସ୍ଥିତି ର ଏକ ବିବରଣୀ ସକାଳ ୧୦ ଘଣ୍ଟା ମଧ୍ୟରେ ଜିଲ୍ଲା ଜରୁରୀ କାଳୀନ ଉପ ବିଭାଗକୁ ପ୍ରେରଣ କରିବା ସହିତ ଆବଶ୍ୟକ ସ୍ଥଳେ ଜିଲ୍ଲା ଜରୁରୀକାଳୀନ ନିୟନ୍ତ୍ରଣ କକ୍ଷକୁ ଯୋଗାଯୋଗ କରିବା ପାଇଁ ନିର୍ଦେଶ ଦେଇଥିଲେ । ଜିଲ୍ଲାରେ ଥିବା ଦଶ ଗୋଟି ବହୁମୁଖୀ ବନ୍ୟା ଓ ବାତ୍ୟା ଆଶ୍ରୟସ୍ଥଳୀ ଗୁଡିକୁ ସଫା ସୁତୁରା କରି ସଜାଗ ହୋଇ ରହିବା ପାଇଁ ଜିଲ୍ଲାପାଳ ଶ୍ରୀ ମିଶ୍ର ନିର୍ଦେଶ ଦେଇଥିଲେ । ବନ୍ୟା ପାଣିରେ ପ୍ରଭାବିତ ହୋଇଥିବା ଲୋକଙ୍କୁ ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରିବା ସହ ଓଡ଼ିଆ ରିଲିଫ କୋଡ ନିୟମ ଅନୁଯାୟୀ ମାଗଣା ରନ୍ଧା ଖାଦ୍ୟ, ଶୁଦ୍ଧ ପାନୀୟ ଜଳ ଯୋଗାଣ, ଅଲୋକର ବ୍ୟବସ୍ଥା ସହିତ ସ୍ୱାସ୍ଥ ଓ ପରିମଳ ବ୍ୟବସ୍ଥା ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାପାଇଁ ପରାମର୍ଶ ଦେଇଥିଲେ। ବନ୍ୟା ଅଞ୍ଚଳମାନଙ୍କରେ ଆବଶ୍ୟକୀୟ ଚୁଡା, ଚାଉଳ, ଗୁଡ, ଗୋଖାଦ୍ୟ ଇତ୍ୟାଦି ମହଜୁଦ ରଖିବା ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ନିର୍ଦେଶ ଦେଇଛନ୍ତି। ତାହା ଛଡ଼ା ଜିଲ୍ଲାରେ ବର୍ଦ୍ଧିତ କରୋନାକୁ ଦୃଷ୍ଟିରେ ରଖି ବ୍ୟାପକ ଭାବେ ଜନ ସଚେତନତା ସୃଷ୍ଟି କରିବା ସହିତ ସରକାରଙ୍କ ପ୍ରଦର୍ଶିତ କୋଭିଡ-୧୯ ମାର୍ଗଦର୍ଶିକା କଡାକଡି ପାଳନ କରିବା ସହିତ ନିୟମିତ ଯାଞ୍ଚ କରି ତାହାର ଏକ ରିପୋର୍ଟ ପ୍ରଦାନ କରିବା ପାଇଁ ନିର୍ଦେଶ ଦେଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories