www.samajalive.in
Sunday, December 7, 2025
18.1 C
Bhubaneswar

୫ କୋଟି ଟଙ୍କାର ଭର୍ଚୁଆଲ ଟ୍ୟୁଟୋରିଆଲ ପ୍ରକଳ୍ପ ଲୋକାର୍ପିତ, ଉପକୃତ ହେବେ ଯୁକ୍ତ ତିନି ଛାତ୍ରଛାତ୍ରୀ

ଭୁବନେଶ୍ୱର: ଉତ୍କଳ ବିଶ୍ବବିଦ୍ୟାଳୟର ପକ୍ଷରୁ ଆଜି ଭର୍ଚୁଆଲ ଟ୍ୟୁଟୋରିଆଲ ପ୍ରକଳ୍ପ ଲୋକର୍ପିତ ହୋଇଯାଇଛି। ଏହି ପ୍ରକଳ୍ପ ଜରିଆରେ ଯୁକ୍ତତିନି ସମେତ ଗ୍ରାମାଞ୍ଚଳ ଓ ଆଦିବାସୀ ଅଞ୍ଚଳରେ ବସବାସ କରୁଥିବା ଛାତ୍ରଛାତ୍ରୀ ଉପକୃତ ହୋଇପାରିବେ। ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ (ରୁସା) ଅନ୍ତର୍ଗତ ଭର୍ଚୁ ଆଲ ଟ୍ୟୁଟୋରିଆଲ ପ୍ରକଳ୍ପ ୨୦୧୭ ମସିହାରେ ଆରମ୍ଭ କରାଯାଇଥିଲା। ସମୁଦାୟ ୫ କୋଟି ଟଙ୍କାର ଏହି ପ୍ରକଳ୍ପରେ କେନ୍ଦ୍ର ଓ ରାଜ୍ୟ ସରକାର ୬୦:୪୦ ଅନୁପାତରେ ଅର୍ଥ ପ୍ରଦାନ କରିଥିଲେ। ବିଭିନ୍ନ ଯୁକ୍ତ ତିନି ଛାତ୍ରଛାତ୍ରୀଙ୍କ ପାଇଁ ବିଭିନ୍ନ ବିଷୟରେ ଇ-ଲେକ୍‌ଚର ପ୍ରସ୍ତୁତ କରିବା ନିମନ୍ତେ ଉତ୍କଳ ବିଶ୍ବବିଦ୍ୟାଳୟର ଦୂର ଏବଂ ନିରନ୍ତର ଶିକ୍ଷା ନିର୍ଦେଶାଳୟ (ଡିଡିସିଇ)ଠାରେ ଏକ ଉତ୍ସର୍ଗୀକୃତ ଷ୍ଟୁଡିଓ ନିର୍ମାଣ କରାଯାଇଛି। ଯୁକ୍ତ ତିନି ଛାତ୍ରଛାତ୍ରୀଙ୍କୁ ସହଜରେ ଉପଲବ୍ଧ କରାଇବା ପାଇଁ ଏନ୍ଆଇସି. ଦ୍ବାରା ବିକଶିତ କରାଯାଇଥିବା ଏକ ସ୍ବତନ୍ତ୍ର ପୋର୍ଟାଲ (https://vtputkal.odisha. gov.in)ରେ ପ୍ରସ୍ତୁତ ଇ-ଲେକ୍‌ଚରଗୁଡ଼ିକ ସ୍ଥାନିତ କରାଯାଇଛି। ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ଏହାକୁ ଲୋକାର୍ପିତ କରିଛନ୍ତି। ଏହାଦ୍ବାରା ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଏବଂ ଅଧ୍ୟାପକମାନେ ଉପକୃତ ହେବେ ବୋଲି ଆଶା କରାଯାଉଛି।
ବର୍ତ୍ତମାନ ପାଇଁ ପ୍ରଥମ ଓ ଦ୍ବିତୀୟ ସେମିଷ୍ଟାରର ପଦାର୍ଥ ବିଜ୍ଞାନ, ରସାୟନ ବିଜ୍ଞାନ, ପ୍ରାଣୀବିଜ୍ଞାନ, ଉଭିଦବିଜ୍ଞାନ, ରାଜନୀତି ବିଜ୍ଞାନ, ଓଡ଼ିଆ, ଇତିହାସ, ଇଂରାଜୀ, ମନସ୍ତତ୍ତ୍ବ ବିଜ୍ଞାନ, ବାଣିଜ୍ୟ ଓ ଅର୍ଥନୀତି ବିଷୟର କୋର ପେପରର ଇ-ଲେକ୍‌ଚର ପ୍ରସ୍ତୁତ କରାଯାଇ ୱେବ୍‌ ପୋର୍ଟାଲରେ ଅପ୍‌ଲୋଡ କରାଯାଇଛି। ବାକି ସେମିଷ୍ଟାରର ଏହି ୧୧ଟି ବିଷୟରେ ଇ ଲେକ୍‌ଚର ଯଥା ସମୟରେ ଅପ୍‌ଲୋଡ କରାଯିବ। ପରବର୍ତ୍ତୀ ସମୟରେ ଅନ୍ୟ ବିଷୟଗୁଡ଼ିକର ଇ-ଲେକ୍‌ଚର ପ୍ରସ୍ତୁତ କରାଯିବ। ଆଜିଠାରୁ ଛାତ୍ରଛାତ୍ରୀ ଓ ଅଧ୍ୟାପକମାନେ ନିଃଶୁଳ୍କ ଏହି ଇ-ଲେକ୍‌ଚରଗୁଡ଼ିକୁ ପାଇପାରିବେ। ଇ-ଲେକଚର ଦ୍ୱାରା ଛାତ୍ରଛାତ୍ରୀ ଓ ଅଧ୍ୟାପକ ଉପକୃତ ହେବେ ବୋଲି ସୂଚନା ଦିଆଯାଇଛି।


ମହାମାରୀ କରୋନା ପାଇଁ ଶିକ୍ଷାନୁଷ୍ଠାନ ଗୋଡ଼ିକ ବନ୍ଦ ରହିଛି। ଶିକ୍ଷାନୁଷ୍ଠାନ ଗୋଡ଼ିକ କେବେ ଖୋଲି ତାହା ଉପରେ ସରକାର କିଛି ସ୍ପଷ୍ଟ ସୂଚନା ଦେଉନାହାନ୍ତି। ସେପଟେ ମ୍ୟାଟ୍ରକ୍‌ ପରୀକ୍ଷାଫଳ ବିନା ପରୀକ୍ଷାରେ ପ୍ରକାଶ ପାଇଛି। ଯୁକ୍ତ ଦୁଇ ପରୀକ୍ଷାଫଳ ମଧ୍ୟ ସେହି ଫର୍ମାଟରେ ପ୍ରକାଶ ପାଇବ ବୋଲି ଜଣାପଡ଼ିଛି। ହେଲେ ଛାତ୍ରଛାତ୍ରୀମାନେ ଯୁକ୍ତ ତିନ ପାଠ୍ୟକ୍ରମ କେମିତି ପଢ଼ିବେ? ସେମାନଙ୍କ ପରୀକ୍ଷାଫଳ କେମିତି ପ୍ରକାଶ ପାଇବ? ତାକୁ ନେଇ ନାନା କଳ୍ପନା ଜଳ୍ପନା ଲାଗି ରହିଛି। ଏପରି ସ୍ଥିତିରେ ରାଜ୍ୟ ସରକାର ଆଜି ଗୋଟିଏ ବଡ଼ ନିଷ୍ପତ୍ତି ନେଇଛନ୍ତି। ଯୁକ୍ତତିନି ଛାତ୍ରଛାତ୍ରୀଙ୍କ ପାଇଁ ଇ-ଲେକଚର ବ୍ୟବସ୍ଥାର କରିଛନ୍ତି। ଏହା ଦ୍ୱାରା ଛାତ୍ରଛାତ୍ରୀମାନେ ଉପକୃତ ହେବେ ବୋଲି ଆଶା କରାଯାଉଛି।
ଆଜିର ଉଦ୍‌ଘାଟନ ଉତ୍ସବରେ ଉଚ୍ଚଶିକ୍ଷା ମନ୍ତ୍ରୀ ଡ.ଅରୁଣ କୁମାର ସାହୁଙ୍କ ସମେତ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶାଶ୍ବତ ମିଶ୍ର, ଓଡ଼ିଶା  ରାଜ୍ୟ ଉଚ୍ଚଶିକ୍ଷା ପରିଷଦ ଉପାଧ୍ୟକ୍ଷ ପ୍ରଫେସର ଅଶୋକ ଦାସ, ଉତ୍କଳ ବିଶ୍ବବିଦ୍ୟାଳୟ କୁଳପତି ପ୍ରଫେସର ସବିତା ଆଚାର୍ଯ୍ୟ ପ୍ରମୁଖ ଯୋଗଦେଇ ଏହି ପ୍ରକଳ୍ପର ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories