www.samajalive.in
Wednesday, December 10, 2025
26.1 C
Bhubaneswar

ଫନି କ୍ଷୟକ୍ଷତି ଅନୁଧ୍ୟାନ ପାଇଁ ଆସନ୍ତାକାଲି ଆସିବେ କେନ୍ଦ୍ରୀୟ ପ୍ରତିନିଧି ଦଳ

ଭୁବନେଶ୍ବର : ସାମୁଦ୍ରିକ ଝଡ଼ ଫନି ଦ୍ବାରା ପ୍ରଭାବିତ ଅଞ୍ଚଳର କ୍ଷୟକ୍ଷତି ଅନୁଧ୍ୟାନ ପାଇଁ କେନ୍ଦ୍ରୀୟ ପ୍ରତିନିଧି ଦଳ ରବିବାର  (ଆସନ୍ତାକାଲି) ଓଡ଼ିଶା ଆସୁଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ବିଭାଗ ଅତିରିକ୍ତ ସଚିବ ବିବେକ ଭରଦ୍ବାଜଙ୍କ ନେତୃତ୍ବରେ ଆସୁଥିବା ୧୦ଜଣିଆ ଆନ୍ତମନ୍ତ୍ରଣାଳୟ ପ୍ରତିନିଧି ଦଳ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବେ । ଏହି ପ୍ରତିନିଧି ଦଳରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ଆସୁଛନ୍ତି । ଓଡ଼ିଶା ଗସ୍ତ ଅବସରରେ ସେମାନେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀମାନଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏଠାରୁ ଫେରି ସେମାନେ କ୍ଷୟକ୍ଷତି ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ରିପୋର୍ଟ ପ୍ରଦାନ କରିବେ ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories