www.samajalive.in
Saturday, December 13, 2025
26.1 C
Bhubaneswar

କଟକ ବଡ଼ ଡାକ୍ତରଖାନା ଓ ତାଳଦଣ୍ଡା କେନାଲ ରୂପାନ୍ତରଣ କାମ ସମୀକ୍ଷା କଲେ ୫-ଟି ସଚିବ

ଭୁବନେଶ୍ବର: ୫-ଟି ସଚିବ ଭି.କେ. ପାଣ୍ଡିଆନ ସୋମବାର କଟକ ଗସ୍ତରେ ଯାଇ ଏସସିବି ମେଡିକାଲ ଓ ତାଳଦଣ୍ଡା କେନାଲ ରୂପାନ୍ତରଣ କାମ ସମୀକ୍ଷା କରିଛନ୍ତି। କଟକ ବଡ଼ ଡାକ୍ତରଖାନା ପରିଦର୍ଶନ କରି ନିର୍ମାଣ କାର୍ଯ୍ୟର ଅଗ୍ରଗତି ସଂପର୍କରେ ସମୀକ୍ଷା କରିବା ସହ ଏହାର ଗୁଣାତ୍ମକ ମାନ ଓ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରକଳ୍ପ ଶେଷ କରାଯିବା ଉପରେ ପାଣ୍ଡିଆନ ଗୁରୁତ୍ବାରୋପ କରିଛନ୍ତି।

ନୂଆକରି ନିର୍ମାଣ ହେଉଥିବା କ୍ଲିନିକାଲ ବ୍ଲକ ୧ ଓ ୪ର ନିର୍ମାଣ କାର୍ଯ୍ୟ ଡିସେମ୍ବର ୨୦୨୩ ସୁଦ୍ଧା ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଅନ୍ୟ ବ୍ଲକଗୁଡିକର ନିର୍ମାଣଗୁଡିକ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି। ରୋଗୀଙ୍କ ସଂପର୍କୀୟମାନଙ୍କ ରହିବା ପାଇଁ ଧର୍ମଶାଳା ଓ ବଜେଟ ହୋଟେଲ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ରାଣୀହାଟ ଛକ ନିକଟରେ ବାଣିଜ୍ୟିକ କଂପ୍ଲେକ୍ସ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ପାଣ୍ଡିଆନ ନିର୍ଦ୍ଦେଶ ଦେଇଛନ୍ତି। ମେଡିକାଲର ଅଧ୍ୟାପକ, ଚିକିତ୍ସକ ଓ ଅନ୍ୟ କର୍ମଚାରୀମାନଙ୍କ ରହଣୀ ନିମନ୍ତେ ୧୩ଟି ଆବାସିକ ବ୍ଲକ ନିର୍ମାଣ କରାଯିବ । ବର୍ତ୍ତମାନ ସୁଦ୍ଧା ମାତ୍ର ୫ଟି କାମ ଆରମ୍ଭ ହୋଇଛି। ତେଣୁ ତୁରନ୍ତ ସମସ୍ତ ଆବାସିକ ବ୍ଲକର କାମ ଆରମ୍ଭ କରି ଡିସେମ୍ବର ୨୦୨୩ ସୁଦ୍ଧା ସଂପୂର୍ଣ୍ଣ କରିବାକୁ ୫-ଟି ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଏହାସହିତ ଏସସିବି ପବ୍ଲିକ ସ୍କୁଲର କାମ ମଧ୍ୟ ମାର୍ଚ୍ଚ ୨୦୨୩ ସୁଦ୍ଧା ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।

- Advertisement -

ପରେ ୫-ଟି ସଚିବ ପାଣ୍ଡିଆନ ତାଳଦଣ୍ଡା କେନାଲ ପରିଦର୍ଶନ କରି ଏହାର ରୂପାନ୍ତର କାର୍ଯ୍ୟ ବୁଲି ଦେଇଥିଲେ। ଏହି ତାଳଦଣ୍ଡା କେନାଲ କୂଳରେ ବୁଲା ବିକାଳୀମାନେ ଯେଭଳି ନବସିବେ, ସେମାନଙ୍କ ପାଇଁ କଟକ ମହାନଗର ନିଗମ ପକ୍ଷରୁ ଅର୍ବାନ ହାଟ ନିର୍ମାଣ କରାଯାଉଛି। ଏହି କାମ ଡିସେମ୍ବର ୨୦୨୨ ସୁଦ୍ଧା ଶେଷ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଭବିଷ୍ୟତର ପାର୍କିଂ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବଫର୍ ଜୋନ୍‌ ରଖିବା ପାଇଁ ସେ ନିର୍ଦ୍ଦେଶ ଦେଇଛନ୍ତି। ୩.୫ କିଲୋମିଟର ପରିବ୍ୟାପ୍ତ ତାଳଦଣ୍ଡା କେନାଲ ରାସ୍ତାର ବିକାଶ କାମକୁ ଜାତୀୟ ରାଜପଥ ୧୬ ଅତିକ୍ରମ କରି କଟକ ସହର ଶେଷ ସୀମା ପର୍ଯ୍ୟନ୍ତ ବିକଶିତ କରିବା ପାଇଁ ୫-ଟି ସଚିବ ପରାମର୍ଶ ଦେଇଛନ୍ତି। ତାଳଦଣ୍ଡା କେନାଲର ଐତିହାସିକ ଗୁରୁତ୍ବ ସଂପର୍କରେ ଭବିଷ୍ୟତ ପୀଢିକୁ ଅବଗତ କରିବା ପାଇଁ ଏକ ସଂଗ୍ରହାଳୟ ଓ ପ୍ରଦର୍ଶନୀ ସ୍ଥଳ ବିକଶିତ କରିବାପାଇଁ ନିଷ୍ପତ୍ତି ହୋଇଛି। ତାଳଦଣ୍ଡା କେନାଲର ଇତିହାସ ଓ ବର୍ତ୍ତମାନର ବିକାଶ କାମ ସଂପର୍କିତ ଫଟୋଚିତ୍ର ଏଥିରେ ସ୍ଥାନୀତ ହେବ।

ଏହି ଗସ୍ତ ସମୟରେ ୫-ଟି ସଚିବଙ୍କ ସହିତ ପୂର୍ତ୍ତ ବିଭାଗ ପ୍ରମୁଖ ସଚିବ ଦାୟିତ୍ବରେ ଥିବା ବିଶାଳ ଦେବ, କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ସୁରେଶ ଚନ୍ଦ୍ର ଦଳାଇ, କଟକ ଜିଲ୍ଲାପାଳ, ସିଡିଏର ଅଧ୍ୟକ୍ଷ ଏବଂ କଟକ ମ୍ୟୁନିସିପାଲ କମିଶନର, ଏସସିବି ଅଧ୍ୟକ୍ଷ, ଅଧୀକ୍ଷକ ଓ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

 

 

 

 

 

 

 

 

Hot this week

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

Related Articles

Popular Categories