www.samajalive.in
Monday, December 8, 2025
13.1 C
Bhubaneswar

ଦିବାରାତ୍ର ଭଲିବଲ୍ ପ୍ରତିଯୋଗିତା: ଚିଲିଦା ଚମ୍ପିଆନ୍

ପାଟଣା: ପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଝୁମ୍ପୁରା ବ୍ଲକ ଅନ୍ତର୍ଗତ ବଡନେଉଳି ପଞ୍ଚାୟତର ପାଣପଶିସ୍ଥିତ ମା’ ବୀଣାପାଣି ଯୁବକ ସଂଘ ଆନୁକୂଲ୍ୟରେ ଦିବାରାତ୍ର ଭଲିବଲ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୋଟ ୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ଚିଲିଦା ଓ କାଟୁଳିକନା ଦଳ ମଧ୍ୟରେ ଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଥିଲା। ଫାଇନାଲ ମ୍ୟାଚରେ ଚିଲିଦା ଦଳ ବିଜୟୀ ହୋଇ ଚମ୍ପିଆନ୍ ଆଖ୍ୟା ଅର୍ଜନ କରିଥିଲା। ଆୟୋଜିତ ପୁରସ୍କାର ବିତରଣୀ ଉତ୍ସବରେ ସାମାଜିକ କର୍ମୀ ଈଶ୍ୱର ଚନ୍ଦ୍ର ନାଏକ ମୁଖ୍ୟଅତିଥି ଭାବେ ଯୋଗଦେଇ ଚମ୍ପିଆନ୍ ଓ ରନର୍ସଅପ୍ ଦଳକୁ ପୁରସ୍କାର ବଣ୍ଟନ କରିଥିଲେ। ରେଫରୀ ଲାଲୁପ୍ରସାଦ ସେଠୀ ଓ ବାସୁଦେବ ପ୍ରଧାନ ମ୍ୟାଚ୍ ପରିଚାଳନା କରିଥିବାବେଳେ ମା’ ବୀଣାପାଣି ଯୁବକ ସଂଘର ସଦସ୍ୟ କର୍ମୁ ଦାସ, ସୁଶୀଲ ମହାନ୍ତ, ଦିପୁନ ମହାନ୍ତ, ପ୍ରଦୋଷ ମହାନ୍ତଙ୍କ ସମେତ ଅନ୍ୟ ସଦସ୍ୟମାନେ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories