www.samajalive.in
Sunday, December 14, 2025
19.1 C
Bhubaneswar

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ କର୍ମୀଙ୍କୁ ନେଇ ରାମଲୀଳା ମୈଦାନରେ ବିଶାଳ ରାଲି ଆୟୋଜନ କରିଛି କଂଗ୍ରେସ । କଂଗ୍ରେସ ନେତା ତଥା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ, ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ସାମିଲ ହୋଇଛନ୍ତି । ଏସଆଇଆର ଓ ଭୋଟ ଚୋରୀ ପ୍ରସଙ୍ଗରେ ଲୋକଙ୍କୁ ଅବଗତ କରାଇବା ପାଇଁ କଂଗ୍ରେସ ଏହି ମହାରାଲି କରୁଛି । କେନ୍ଦ୍ର ସରକାର ଏବଂ ନିର୍ବାଚନ କମିଶନଙ୍କ ଏକାଠି ହୋଇଥିବା ଅଭିଯୋଗ କରି ଆନ୍ଦୋଳନକୁ ଓହ୍ଲାଇଛି କଂଗ୍ରେସ । ଏହି ମହାରାଲି ପରେ ୫୫ଲକ୍ଷ ହସ୍ତଖତ ହୋଇଥିବା ଏକ ସ୍ମାରକୀପତ୍ର ରାଷ୍ଟ୍ରପତିଙ୍କୁ ପ୍ରଦାନ କରାଯିବ । ଏହି ଆନ୍ଦୋଳନ ଗଣତନ୍ତ୍ର ଏବଂ ନିରପେକ୍ଷ ନିର୍ବାଚନକୁ ସୁରକ୍ଷା ଦେବା ପାଇଁ ହୋଇଥିବା କହିଛନ୍ତି କଂଗ୍ରେସ ମହାସଚିବ କେ.ସି ବେଣୁଗୋପାଳ ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories