www.samajalive.in
Thursday, December 11, 2025
15.1 C
Bhubaneswar

କେନ୍ଦୁଝର କେନ୍ଦ୍ରୀୟ ସଞ୍ଚାର ବୁରୋ ପକ୍ଷରୁ ଭୋଟର ସଚେତନତା କର୍ମଶାଳା

ଡେସ୍କ: ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଞ୍ଚାର ବୁରୋ, କ୍ଷେତ୍ର କାର୍ଯ୍ୟାଳୟ କେନ୍ଦୁଝର ପକ୍ଷରୁ କେନ୍ଦୁଝର ଜିଲ୍ଲା ପିପିଳିଆ ସ୍ଥିତ ଲଷ୍ମୀନାରାୟଣ ମହାବିଦ୍ୟାଳୟ ଠାରେ ଦୁଇଦିନିଆ ଭୋଟର ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ‘ମୋର ପ୍ରଥମ ଭୋଟ ଦେଶ ପାଇଁ’ ଶୀର୍ଷକ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଦୈତାରୀ ମହାନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ କନିଷ୍ଠ ମହାବିଦ୍ୟାଳୟ ଅଧ୍ୟକ୍ଷ ନିରାକାର ସ୍ୱାଇଁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ। ସେହିପରି ଅଧ୍ୟାପକ ବିଷ୍ଣୁ ଚରଣ ସାମଲ, ତପନ କୁମାର ମହନ୍ତ, ମନୋରଞ୍ଜନ ପଲାଇ, ତ୍ରିଲୋଚନ ପଣ୍ଡା ପ୍ରମୁଖ ଅତିଥି ବକ୍ତା ଭାବେ ଯୋଗ ଦେଇ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଭୋଟ ଦାନ ଅଧିକାର ଉପରେ ନିଜ ନିଜର ମତ ରଖିଥିଲେ।

ତେଲେଙ୍ଗାନା ରାଜ୍ୟପାଳ ଭାବେ ଦାୟିତ୍ୱ ଗ୍ରହଣ କଲେ ଝାଡ଼ଖଣ୍ଡ ରାଜ୍ୟପାଳ ସିପି ରାଧାକ୍ରିଷ୍ଣନ

- Advertisement -

ଏହି କାର୍ଯ୍ୟକ୍ରମ ଅବସରରେ ଏକ ଭୋଟ ଦାନ ଅଧିକାର ସଚେତନତା ଶୋଭାଯାତ୍ରା ଆୟୋଜନ କରାଯାଇଥିଲା। ମହାବିଦ୍ୟାଳୟରର ବହୁ ସଂଖ୍ୟକ ଛାତ୍ରଛାତ୍ରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏହି ଅବସରରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ କୃତି ପ୍ରତିଯୋଗୀଙ୍କୁ ପୁରସ୍କୃତ କରlଯାଇଥିଲା। କେନ୍ଦୁଝର ସିବିସିର କ୍ଷେତ୍ର ପ୍ରଚାର ଅଧିକାରୀ ପାର୍ଥସାରଥୀ ମଲ୍ଲିକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ପ୍ରଦୀପ କୁମାର ନାୟକ ସହଯୋଗ କରିଥିଲେ।

କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁଙ୍କୁ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories