www.samajalive.in
Monday, December 8, 2025
24.1 C
Bhubaneswar

ଭୋଟର ସଚେତନତା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଡେସ୍କ: ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନସ୍ଥ କେନ୍ଦ୍ରୀୟ ସଂଚାର ବୁରୋ, କ୍ଷେତ୍ର କାର୍ଯ୍ୟାଳୟ କେନ୍ଦୁଝର ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲାର ରାଉରକେଲା ଠାରେ ଭୋଟର ସଚେତନା ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗତ ତିନି ଦିନ ଧରି ରାଉରକେଲା ମହାନଗର ନିଗମର ବିଭିନ୍ନ ଅଞ୍ଚଳରେ ମତଦାତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ପାନପୋଷ ଉପଜିଲ୍ଲାପାଳ ତଥା ଜିଲ୍ଲା ରିଟର୍ଣ୍ଣି ଅଧିକାରୀ ବିଜୟ କୁମାର ନାୟକ ଏବଂ ରାଉରକେଲା ତହସିଲଦାର ତଥା ସହକାରୀ ରିଟର୍ଣ୍ଣିଙ୍ଗ ଅଧିକାରୀ ନିବେଦିତା ପ୍ରଧାନ, ରାଉରକେଲା ମୁନିସିପାଲ କଲେଜର ଅବସରପ୍ରାପ୍ତ ଅଧ୍ୟକ୍ଷ ପି. କେ. ପ୍ରଧାନ, ସମାଜସେବୀ ରମାକାନ୍ତ ନାୟକ ପ୍ରମୁଖ ସମ୍ମାନୀୟ ଅତିଥି ଭାବେ ଯୋଗ ଦେଇଥିଲେ।

‘ଚୁନାବ କା ପର୍ବ, ଦେଶ କି ଗର୍ବ…’ ଶୀର୍ଷକ ଏହି କାର୍ଯ୍ୟକ୍ରମ ରାଉରକେଲା ଉଦିତ ନଗରର ଫିଟନେସ ପାର୍କ, ଛେଣ୍ଡ ସ୍ଥିତ ଭି ଏସ ଏସ ମାର୍କେଟ, କୋଏଲ ନଗର ସ୍ଥିତ ଏନ ଏ ସି ମାର୍କେଟ ଆଦି ସ୍ଥାନରେ ହୋଇଥିବା କାର୍ଯ୍ୟକ୍ରମରେ ସ୍ଥାନୀୟ ବୁଦ୍ଧିଜୀବୀ ଓ ଜନସାଧାରଣ ଯୋଗ ଦେଇଥିଲେ। ଏହି ଅବସରରେ ଅତିଥି ମାନେ ଜନସାଧାରଣଙ୍କୁ ଭୋଟ ଦାନ ସମ୍ପର୍କରେ ବୁଝାଇବା ସହ ବିଶେଷ ତଥ୍ୟ ଉପସ୍ଥାପନା କରିଥିଲେ। କାର୍ଯ୍ୟକ୍ରମ ଅବସରରେ ଭୋଟ ଦାନ ଅଧିକାର ସମ୍ପର୍କିତ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ କରାଯାଇଥିଲା। ସଠିକ ଉତ୍ତରଦାତାଙ୍କୁ ସମ୍ମାନିତ ଅତିଥି ପୁରସ୍କୃତ କରିଥିଲେ। କେନ୍ଦୁଝର ସିବିସିର କ୍ଷେତ୍ର ପ୍ରଚାର ଅଧିକାରୀ ପାର୍ଥସାରଥୀ ମଲ୍ଲିକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ପ୍ରଦୀପ କୁମାର ନାୟକ ସହଯୋଗ କରିଥିଲେ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories