www.samajalive.in
Sunday, December 14, 2025
26.1 C
Bhubaneswar

ଭୋଟର ତାଲିକା ସଂଶୋଧନ – ଡିସେମ୍ବର ୯ ଶେଷ ତାରିଖ

ଡେସ୍କ: ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଡିସେମ୍ବର ୯ ପର୍ଯ୍ୟନ୍ତ ଚାଲୁ ରହିବ। ଭୋଟର ତାଲିକାରେ ଥିବା ତ୍ରୁଟି ସଂଶୋଧନ ଏବଂ ନୂତନ ଭୋଟର ଭାବେ ପଞ୍ଜୀକରଣ ନିମନ୍ତେ ଆବେଦନ ପତ୍ର ଗ୍ରହଣ କରାଯିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି। ନଭେମ୍ବର ୫, ୧୧, ୧୯ ଏବଂ ୨୫ ତାରିଖରେ ହୋଇଥିବା ସ୍ୱତନ୍ତ୍ର ଅଭିଯାନ ଦିବସ ଗୁଡ଼ିକରେ ଯଦି କୌଣସି ଭୋଟର ତାଲିକାରେ ଥିବା ତ୍ରୁଟି ସଂଶୋଧନ, ଭୋଟର ତାଲିକାରେ ଯୋଗ କିମ୍ବା ଭୋଟର ତାଲିକାରୁ ବାଦ ହେବା ନିମନ୍ତେ ନିର୍ଦ୍ଧାରିତ ଫର୍ମ ଦାଖଲ କରିନାହାନ୍ତି, ତା’ହେଲେ ସେମାନେ ଡିସେମ୍ବର ୯ ସୁଦ୍ଧା ଅନ୍‌ଲାଇନ୍ ମାଧ୍ୟମରେ (voters.eci.gov.in), ଭୋଟର ସହାୟତା ଆପ୍ ଦ୍ବାରା କିମ୍ବା ସମ୍ପୃକ୍ତ ବୁଥ୍‌ସ୍ତରୀୟ ଅଧିକାରୀଙ୍କ ମାଧ୍ୟମରେ ଆବେଦନ କରିପାରିବେ ବୋଲି ମୁଖ୍ୟ ନିର୍ବାଚନ ଅଧ୍ୟକାରୀ ଶ୍ରୀ ଧଳ ଜନସାଧାରଣ କହିଛନ୍ତି।

Hot this week

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

Related Articles

Popular Categories