www.samajalive.in
Sunday, December 7, 2025
15.1 C
Bhubaneswar

ଆଜି ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ

ନୂଆଦିଲ୍ଲୀ: ଆଜି ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ। ହିମାଚଳପ୍ରଦେଶ , ଉତ୍ତରପ୍ରଦେଶ ଓ କର୍ଣ୍ଣାଟକରେ ୧୫ଟି ଆସନ ପାଇଁ ହେବ ଭୋଟ୍। ଓଡିଶା ସମେତ ୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସନ ପାଇଁ ନାମାଙ୍କନ ଭରିଥିଲେ ପ୍ରାର୍ଥୀ । ତେବେ ସେମାନଙ୍କ ମଧ୍ୟରୁ ୪୧ ଜଣ ପ୍ରାର୍ଥୀ ର୍ନିଦ୍ୱନ୍ଦରେ ନିର୍ବାଚିତ ହୋଇସାରିଛନ୍ତି। ବିଜେପିର ସର୍ବାଧିକ ୨୦ ପ୍ରାର୍ଥୀ ର୍ନିଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି । କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ , ଏଲ୍ ମୁରୁଗନ୍ , ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଏବଂ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ସୋନୀଆ ଗାନ୍ଧୀ ପ୍ରମୂଖ କେହି ପ୍ରତିଦ୍ୱନ୍ଦୀ ନଥିବାରୁ ବିନା ଭୋଟ୍ରେ ରାଜ୍ୟସଭାକୁ ନିର୍ବାଚିତ ହୋଇସାରିଛନ୍ତି। ଓଡିଶାରୁ ନିଦ୍ୱନ୍ଦରେ ନିର୍ବାଚିତ ହୋଇଛନ୍ତି ବିଜେଡିର ଦୁଇ ପ୍ରାର୍ଥୀ ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ। ତେବେ ହିମାଚଳ ପ୍ରଦେଶ , ଉତ୍ତରପ୍ରଦେଶ ଓ କର୍ଣ୍ଣାଟକରେ ୧୫ଟି ରାଜ୍ୟସଭା ସିଟ୍ ପାଇଁ ଆଜି(ମଙ୍ଗଳବାର) ଚାଲିବ ଛକାପଞ୍ଝା। ୟୁପିରେ ୧୦ଟି ସିଟ୍ ପାଇଁ ୧୧ଜଣ ପ୍ରାର୍ଥୀ ନାମାଙ୍କନ ଭରିଛନ୍ତି। ବିଜେପି ୮ଟି ଆସନ ପାଇଁ ପ୍ରାର୍ଥୀ ଦେଇଥିବାବେଳେ ସମାଜବାଦୀ ପାର୍ଟିରୁ ୩ଜଣଙ୍କୁ ଟିକେଟ୍ ଦିଆଯାଇଛି। କର୍ଣ୍ଣାଟକରେ ୪ଟି ସିଟ୍ ପାଇଁ ୫ଜଣ ପ୍ରାର୍ଥୀ ଆଶାୟୀ ଅଛନ୍ତି। କଂଗ୍ରେସରୁ ୩ଜଣ ଏବଂ ବିଜେପି ଏବଂ ଜେଡିଏସରୁ ଜଣେ ଲେଖାଏଁ ପ୍ରାର୍ଥୀ ରହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories