www.samajalive.in
Friday, December 12, 2025
26.1 C
Bhubaneswar

ପୋଲିଓ ଭଳି ଶୀଘ୍ର ଦୂର ହେବ କରୋନା – ଉପରାଷ୍ଟ୍ରପତି

ନୂଆଦିଲ୍ଲୀ: ଦେଶରେ ଦେଖା ଦେଉଥିବା ବିଭିନ୍ନ ବ୍ୟାଧି ନିମନ୍ତେ ପ୍ରତିଷେଧକ ଟିକାକରଣର ଗୁରୁତ୍ୱ ବିଷୟରେ ସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ମାର୍ଚ୍ଚ ୧୬ ତାରିଖ ଦିନଟିକୁ ଜାତୀୟ ଟିକାକରଣ ଦିବସ ଭାବେ ପାଳନ କରାଯାଉଛି। ଏହି ଅବସରରେ ଉପରାଷ୍ଟ୍ରପତି ଏମ. ଭେଙ୍କିଆ ନାଇଡୁ ଆଜିଠାରୁ ୧୨ରୁ ୧୪ ବର୍ଷ ବୟସର ପିଲାମାନଙ୍କୁ କରୋନା ଟିକା ଦିଆଯାଉଥିବାରୁ ସନ୍ତୋଷ ପ୍ରକାଶ କରିଛନ୍ତି। ସେ ଟ୍ୱିଟ୍‍ କରି କହିଛନ୍ତି, ଦେଶରେ ୧୮୦ କୋଟି ଡୋଜ୍‍ ଟିକା ଦିଆଯିବା ଏକ ଉଲ୍ଲେଖନୀୟ ସଫଳତା। ଶ୍ରୀ ନାଇଡୁ କହିଛନ୍ତି, ପ୍ରତିଷେଧକ ଟିକାକରଣ ଅନେକ ମାରାତ୍ମକ ରୋଗରୁ ସୁରକ୍ଷା ଦେଇଥାଏ। ଏ ସଂକ୍ରାନ୍ତରେ ସଚେତନତା ସୃଷ୍ଟି ବିଶେଷକରି ଗ୍ରାମାଞ୍ଚଳରେ ସଚେତନତା ସୃଷ୍ଟି କରାଯିବା ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ପୋଲିଓ ଭଳି କରୋନାକୁ ଶୀଘ୍ର ଦୂର କରାଯାଇ ପାରିବ ବୋଲି ସେ କହିଛନ୍ତି।

Hot this week

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

ତୃତୀୟ ବିଶ୍ୱଯୁଦ୍ଧ ପରିସ୍ଥିତି- ଟ୍ରମ୍ପ ଦେଲେ ଚେତାବନୀ

ନ୍ୟୁୟର୍କ - ବିଶ୍ୱ ତୃତୀୟ ବିଶ୍ୱ ଆଡକୁ ମୁହାଁଉଛି । ରୁଷ୍‌...

କମୁନି ‘ଧୁରନ୍ଧର’ର କ୍ରେଜ୍।

ମୁମ୍ବାଇ :କମୁନି 'ଧୁରନ୍ଧର'ର କ୍ରେଜ୍। ଡିସେମ୍ବର ୫ରେ ରିଲିଜ ଛି 'ଧୁରନ୍ଧର'।...

ସାଉଥ୍ ଏସିଆନ୍‌ ମୈତ୍ରୀ ସମ୍ମିଳନୀ ଉଦ୍‌ଘାଟିତ: ଯୋଗଦେଲେ ବିଭିନ୍ନ ରାଜ୍ୟର ଶତାଧିକ ପ୍ରତିନିଧି

ବ୍ରହ୍ମପୁର: ଶୁକ୍ରବାର ଗଞ୍ଜାମ ଜିଲ୍ଲାର ଗୋପାଳପୁର ବେଳାଭୂମିଠାରେ ୩୫ତମ ସାଉଥ୍ ଏସିଆନ୍...

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

Related Articles

Popular Categories