www.samajalive.in
Monday, December 8, 2025
27.1 C
Bhubaneswar

ଆସୁଛନ୍ତି ଉପରାଷ୍ଟ୍ରପତି, ବାଣୀବିହାର ଚଳଚଞ୍ଚଳ

ଉପରାଷ୍ଟ୍ରପତି ଏମ୍‍. ଭେଙ୍କିୟା ନାଇଡୁ ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସି ପୂର୍ବାହ୍ନରେ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରେ ଅବତରଣ କରିବେ। ଆସନ୍ତାକାଲି ସେ ଆଦିକବି ସାରଳା ଦାଶଙ୍କ ୬୦୦ତମ ଜନ୍ମବାର୍ଷିକୀ ସମାରୋହରେ କଟକ ସାରଳା ସାହିତ୍ୟ ସଂସଦ ଦ୍ୱାରା ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ତା’ ପରଦିନ ଉପରାଷ୍ଟ୍ରପତି ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଦୀକ୍ଷାନ୍ତ ଭାଷଣ ପ୍ରଦାନ କରିବେ।

ଆସନ୍ତାକାଲି ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଉପରାଷ୍ଟ୍ରପତି ଶ୍ରୀ ନାଇଡୁଙ୍କୁ ସାଂସଦ ଅଚ୍ୟୁତ ସାମନ୍ତ ତାଙ୍କ ଦ୍ୱାରା ସମ୍ପାଦିତ ପୁସ୍ତିକ ‘ନିଳୀମା ରାଣୀ – My Mother, My Hero’ ପୁସ୍ତକ ପ୍ରଦାନ କରିବେ। ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଉପରାଷ୍ଟ୍ରପତି ଶ୍ରୀ ନାଇଡୁ ଭାରତୀୟ ରିଜର୍ଭ ବ୍ୟାଙ୍କ୍‍ର ଗଭର୍ଣ୍ଣର ଶକ୍ତିକାନ୍ତ ଦାସ, ଓଡ଼ିଶା ହାଇକୋର୍ଟର ବିଚାରପତି ଜଷ୍ଟିସ୍‍ ସଞ୍ଜୁ ପଣ୍ଡା, ଭାବା ଆଟମିକ୍‍ ରିସର୍ଚ୍ଚ ସେଣ୍ଟର୍‍ର ନିର୍ଦ୍ଦେଶକ ଅଜିତ୍‍ କୁମାର ମହାନ୍ତି, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନର ଉପଦେଷ୍ଟା ଡକ୍ଟର ବିଜୟ କୁମାର ସାହୁ, ଭାରତର ମହାଲେଖା ନିୟନ୍ତ୍ରକ ତଥା ମହାସମୀକ୍ଷକ ଗିରୀଶ ଚନ୍ଦ୍ର ମୁର୍ମୁ ପ୍ରମୁଖଙ୍କୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରିବେ। ଏହି ଅବସରରେ ୧୭୧ ଜଣଙ୍କୁ ପିଏଚ୍‍.ଡି. ଡିଗ୍ରୀ ଏବଂ ୧୮୦ ଜଣଙ୍କୁ ସ୍ୱର୍ଣ୍ଣ ଦକ ପ୍ରଦାନ କରାଯିବ। ଅପ୍ରେଲ୍‍ ୩ ତାରିଖ ଅପରାହ୍ଣରେ ଉପରାଷ୍ଟ୍ରପତି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories