www.samajalive.in
Sunday, December 14, 2025
26.1 C
Bhubaneswar

ଆଜି ଆସୁଛନ୍ତି ଉପରାଷ୍ଟ୍ରପତି

ଭୁବନେଶ୍ବର : ଉତ୍କଳ ବିଶ୍ବଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଏବଂ କଟକରେ ଆଦିକବି ସାରଳା ଦାସଙ୍କ ଜନ୍ମଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗ ଦେବା ଲାଗି ଉପରାଷ୍ଟ୍ରପତି ଏମ୍‌ ଭେଙ୍କିଆ ନାଇଡୁ ଶୁକ୍ରବାରଠାରୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଶୁକ୍ରବାର ପୂର୍ବାହ୍ନରେ ୯ଟା ୪୫ ମିନିଟ୍‌ରେ ଉପରାଷ୍ଟ୍ରପତି ହାଇଦ୍ରାବାଦରୁ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ଆସି ପୂର୍ବାହ୍ନ ୧୧ଟା ୧୫ ମିନିଟ୍‌ରେ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରେ ଅବତରଣ କରିବେ। ସେଠାରୁ ତାଙ୍କୁ ବିଶିଷ୍ଠ ଅତିଥିମାନେ ସ୍ବାଗତ କରି ରାଜଭବନକୁ ଆଣି‌େ‌ବ। ଅପରାହ୍ଣ ୪ଟା ୪୫ ମିନିଟ୍‌ରେ ରାଜଭବନରୁ କଟକ ସାରଳାଭବନରେ ଅନୁଷ୍ଠିତ ଆଦିକବି ସାରଳା ଦାସଙ୍କ ୬୦୦ତମ ଜନ୍ମଦିବସ କାର୍ଯ୍ୟକ୍ରମକୁ ଉପରାଷ୍ଟ୍ରପତି ଯିବେ। ସେଠାରେ ସଂଧ୍ୟା ସାଢ଼େ ୬ଟା ପର୍ଯ୍ୟନ୍ତ ରହିବେ। ସେଠାରୁ ରାଜଭବନକୁ ଫେରି ରାତ୍ରିଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଶନିବାର ପୂର୍ବାହ୍ନ ସାଢ଼େ ୧୦ଟା ବେଳେ ଉତ୍କଳ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ଲାଗି ଉପରାଷ୍ଟ୍ରପତି ରାଜଭବନରୁ ଯିବେ। ସେଠାରୁ ଫେରିବା ପରେ ରାଜଭବନରେ ଉପରାଷ୍ଟ୍ରପତି ମଧ୍ୟାହ୍ନ ଭୋଜନ କରିବେ। ଅପରାହ୍ଣ ୫ଟା ସମୟରେ ରାଜଭବନରୁ ବିମାନବନ୍ଦର ଅଭିମୁଖେ ବାହାରିବେ। ବିମାନ ବନ୍ଦରରୁ ଉପରାଷ୍ଟ୍ରପତି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।
ଉପରାଷ୍ଟ୍ରପତିଙ୍କ ଗସ୍ତ ଅବ୍ୟବହିତ ପୂର୍ବରୁ ବିମାନବନ୍ଦର, ରାଜଭବନ, ସାରଳାଭବନ ଓ ବାଣୀବିହାର ପାଇଁ କମିସନରେଟ୍‌ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ୫୫ ପ୍ଲାଟୁନ୍‌ ପୁଲିସ ଫୋର୍ସ ସହିତ ୩୦୦ ଅଫିସରଙ୍କୁ ଉପରାଷ୍ଟ୍ରପତିଙ୍କ ସୁରକ୍ଷା ବ୍ୟବସ୍ଥାରେ ନିୟୋଜିତ କରାଯିବ ବୋଲି ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି। ଉପରାଷ୍ଟ୍ରପତିଙ୍କ ଗସ୍ତ ଅବ୍ୟବହିତ ପୂର୍ବରୁ ଗୁରୁବାର କାର୍‌କେଡ୍‌ ରିହରସାଲ୍‌ କରାଯାଇଛି ବୋଲି ଡିସିପି ଡ. ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ଉପରାଷ୍ଟ୍ରପତିଙ୍କ ନିକଟରେ ଡ୍ୟୁଟି ଥିବା ପୁଲିସ ଅଧିକାରୀଙ୍କର ଆର୍‌ଟିପିସିଆର୍‌ କରାଯାଇଥିବା ଡିସିପି ଡ. ଦାସ କହିଛନ୍ତି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories