www.samajalive.in
Sunday, December 14, 2025
26.1 C
Bhubaneswar

ଝାରସୁଗୁଡ଼ା ବିମାନବନ୍ଦର ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ କରାଯାଉ

ଭୁବନେଶ୍ୱର : ଝାରସୁଗୁଡ଼ା ବିମାନ ବନ୍ଦର ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ କରାଯିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଛନ୍ତି। ଏହି ମର୍ମରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ବାଣିଜ୍ୟ, ଶିଳ୍ପ ଓ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସୁରେଶ ପ୍ରଭାକର ପ୍ରଭୁଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି।
ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ ଝାରସୁଗୁଡ଼ା ବିମାନବନ୍ଦର ଖୁବ୍‍ ଶୀଘ୍ର କାର୍ଯ୍ୟକାରୀ ହେବାକୁ ଯାଉଥିବାରୁ ସେ ଅତ୍ୟନ୍ତ ଆନନ୍ଦିତ। ଏହା ହେବ ରାଜ୍ୟର ଦ୍ୱିତୀୟ ବିମାନବନ୍ଦର ଏବଂ ଏହାଦ୍ୱାରା ପଶ୍ଚିମାଞ୍ଚଳର ଆବଶ୍ୟକତା ପୂରଣ ହୋଇପାରିବ। ଝାରସୁଗୁଡ଼ା ବିମାନବନ୍ଦର ଏହି ଅଞ୍ଚଳର ପ୍ରଖ୍ୟାତ ସ୍ୱାଧୀନତା ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ କରିବାକୁ ସାଧାରଣରେ ଦାବି ହେଉଛି। ବିମାନବନ୍ଦରକୁ ତାଙ୍କ ନାମରେ ନାମିତ କରାଗଲେ କିମ୍ବଦନ୍ତୀ ପୁରୁଷଙ୍କ ପାଇଁ ଏହା ଯଥୋଚିତ ଶ୍ରଦ୍ଧାଞ୍ଜଳି ହେବ। ତେଣୁ ଝାରସୁଗୁଡ଼ା ବିମାନ ବନ୍ଦରକୁ ବୀର ସୁରେନ୍ଦ୍ର ସାଏ ବିମାନବନ୍ଦର, ଝାରସୁଗୁଡ଼ା ଭାବେ ନାମିତ କରାଯିବା ପ୍ରସ୍ତାବକୁ କେନ୍ଦ୍ର ସରକାର ଶୀଘ୍ର ବିଚାରକୁ ନେବା ପାଇଁ ସେ ଅନୁରୋଧ କରିଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories