ଭୁବନେଶ୍ୱର: ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ (ଭିସୁଟ)ର ପ୍ରଥମ ବର୍ଷ ଛାତ୍ରଙ୍କୁ ରାଗିଂ ମାମଲାରେ ରାଜ୍ୟ ମାନବାଧିକାର ଆୟୋଗ ବିଶ୍ବବିଦ୍ୟାଳୟ କୁଳପତିଙ୍କ ସମେତ ଉତ୍ତରାଞ୍ଚଳ ଆରଡିସି, ସମ୍ବଲପୁର ଏସପିଙ୍କୁ ରିପୋର୍ଟ ତଲବ କରିଛନ୍ତି। ସୂଚନାେଯାଗ୍ୟ, ଭିସୁଟର ନବାଗତ ଛାତ୍ରଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଆଳରେ ରାଗିଂ କରାଯାଉଥିବା ନେଇ ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଆ ଓ ବିଭିନ୍ନ ଗଣମାଧ୍ୟମରେ ରିପୋର୍ଟ ମଧ୍ୟ ପ୍ରକାଶିତ ହୋଇଇଥିଲା। ପରେ ରାଗିଂ କରିଥିବା ଛାତ୍ରଙ୍କ ବିେରାଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିଲା।
ଏ ନେଇ ମାନବାଧିକାର କର୍ମୀ ପ୍ରଦୀପ୍ତ ନାୟକ ରାଜ୍ୟ ମାନବାଧିକାର ଆୟୋଗଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ଆୟୋଗ ଅଭିେଯାଗକୁ ଗ୍ରହଣ କରି ସେପ୍ଟେମ୍ବର ୩୦ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେବା ସହ ରାଗିଂ କରିଥିବା ଛାତ୍ରଙ୍କ ବିରୋଧରେ କି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି, କ୍ୟାମ୍ପସକୁ ରାଗିଂମୁକ୍ତ କରିବା ଲାଗି କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ପର୍କରେ ସବିେଶଷ ରିପୋର୍ଟ ଦେବାକୁ ନିର୍ଦ୍ଦେଶରେ ଉଲ୍ଲେଖ କରାଯାଇଛି।



