www.samajalive.in
Saturday, December 6, 2025
16.1 C
Bhubaneswar

ମନ୍ଦିରରେ କାନ୍ଥ ଭୁଶୁଡ଼ି ୯ ପିଲା ମୃତ, ଅନେକ ଆହତ: ସହାୟତା ରାଶି ଘୋଷଣା କଲେ ସରକାର

ସାଗର: ମଧ୍ୟପ୍ରଦେଶ ସାଗର ଜିଲାର ଶାହପୁରରେ ରବିବାର ଘଟିଛି ଏକ ଦୁଃଖଦ ଘଟଣା। ମନ୍ଦିରରେ ଧାର୍ମିକ କାର୍ଯ୍ୟକ୍ରମ ଚାଲିଥିବାବେଳେ କାନ୍ଥ ଭୁଶୁଡ଼ି ୯ ଜଣ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ଅନେକ ଲୋକ ଆହତ ହୋଇଥିବା ଜଣାପଡ଼ିଛି।

ସୂଚନା ଅନୁସାରେ, ଶାହପୁରର ହରଦୌଲ ମନ୍ଦିରରେ ଶ୍ରାବଣ ମାସରେ ଧାର୍ମିକ କାର୍ଯ୍ୟକ୍ରମ ଚାଲିଥିଲା। ଏଥିରେ ଶତାଧିକ ଲୋକ ସାମିଲ ହୋଇଥିଲେ। ରବିବାର ଛୁଟିଦିନ ଥିବାରୁ ବହୁ ସଂଖ୍ୟାରେ ପିଲା ମଧ୍ୟ ଏଠାକୁ ଆସିଥିଲେ। ପିଲାମାନେ ଗୋଟିଏ ସ୍ଥାନରେ ଏକତ୍ରିତ ହୋଇ ବସିଥିବାବେଳେ ମନ୍ଦିର ପରିସରରେ ଥିବା ପ୍ରାୟ ୫୦ ବର୍ଷ ପୁରୁଣା ଏକ ଘରର କାନ୍ଥ ଭୁଶୁଡ଼ି ପଡ଼ିଥିଲା। ଏହି କାନ୍ଥ ପିଲାମାନଙ୍କ ଉପରେ ପଡ଼ିଥିଲା, ଯଦ୍ଵାରା ୯ ଜଣ ପିଲାଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଥିଲା। ଏଥିସହ ୨ ଶିଶୁ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

- Advertisement -

ଅପରପକ୍ଷେ ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଯାଦବ। ମୃତ ଶିଶୁଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଆହତମାନଙ୍କୁ ଉଚିତ ଚିକିତ୍ସା ଯୋଗାଇ ଦେବାକୁ ଜିଲା ପ୍ରଶାସନକୁ ନିର୍ଦେଶ ଦେଇଛନ୍ତି।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories