www.samajalive.in
Thursday, December 11, 2025
16.1 C
Bhubaneswar

୧୭ ଜିଲାକୁ କାଳବୈଶାଖୀ ଡ଼ର; ପାଣିପାଗ ବିଭାଗ ଜାରି ସତର୍କ ସୂଚନା

ଭୁବନେଶ୍ବର: ଆସନ୍ତା କାଲି ଅପରାହ୍ନ ମଧ୍ୟରେ ରାଜ୍ୟର ୧୭ ଜିଲାରେ କାଳ ବୈଶାଖୀ ସହ ଝଡ଼ବର୍ଷା ଆଶଙ୍କା ରହିଛି । ଏଥିପାଇଁ ୯ଟି ଜିଲାକୁ ଅରେଞ୍ଜ ୱାଣ୍ଣିଂ ଓ ୮ଟି ଜିଲାକୁ ୟେଲୋ ୱାର୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୂଚନା ଅନୁସାରେ  ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତର ଦକ୍ଷିଣ ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ଆଶଙ୍କା ରହିଛି।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଢ଼େଙ୍କାନାଳ, କଟକ ଓ ଭଦ୍ରକ ପ୍ରମୁଖ ୯ଟି ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ଆଶଙ୍କା ଅଛି । ସେହିପରି   ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ବଲାଙ୍ଗୀର ଓ କୋରାପୁଟ ପ୍ରମୁଖ ୮ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଏହି ୮ଟି ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଅନୁରୂପ ଭାବରେ  ଆସନ୍ତା ମେ ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାମାନଙ୍କରେ କାଳବୈଶାଖୀ ଘଟିପାରେ ବୋଲି ପାଣିପାଗ ବିଭାଗ ଅନୁମାନ କରିଛି ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories