www.samajalive.in
Monday, December 15, 2025
24.1 C
Bhubaneswar

ବଢୁଛି ନଦୀରେ ଜଳସ୍ତର: ବନ୍ୟା ପରିସ୍ଥିତି ନାହିଁ କହିଲେ ସର୍ବୋଚ୍ଚ ଯନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଲଗାଣ ବର୍ଷା ଯୋଗୁଁ ରାଜ୍ୟର କିଛି ନଦୀରେ ଜଳସ୍ତର ବଢିବାରେ ଲାଗିଛି । କିନ୍ତୁ କୌଣସି ନଦୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉନାହିଁ । ରାଜ୍ୟରେ ଏବେ ବନ୍ୟା ପରିସ୍ଥିତି ନାହିଁ ବୋଲି କହିଛନ୍ତି ଜଳ ସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । ମହାନଦୀର ଶାଖା ନଦୀ ଗୁଡିକରେ ଜଳସ୍ତର ବଢିବା ସମ୍ଭାବନା ରହିଛି । ଏବେ ହୀରାକୁଦର ୧୦ଟି ଗେଟ୍‍ ଦେଇ ବନ୍ୟା ଜଳ ପ୍ରବାହିତ ହେଉଛି । ୨୦ଟି ଗେଟ୍‍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ଆଜି ସକାଳୁ ୪ଟି ଗେଟ୍‍ ଦେଇ ବନ୍ଦ କରାଯାଇଥିବା ବେଳେ ମଧ୍ୟାହ୍ନରେ ଆଉ ୬ଟି ଗେଟ୍‍ ବନ୍ଦ କରାଯାଇଛି ।

ଅନ୍ୟପଟେ ଫୁଲୁଛି ମହାନଦୀ । ମୁଣ୍ଡଳୀ ବ୍ୟାରେଜ ଦେଇ ପ୍ରବାହିତ ହେଉଛି ବନ୍ୟାଜଳ । ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସନ ହେଉଥିବା ବନ୍ୟାଜଳ ମୁଣ୍ଡଳୀ ଦେଇ ପ୍ରବାହିତ ହେଉଛି । ଆଜି ସକାଳ ୭ଟା ମୁଣ୍ଡଳୀ ଦେଇ ୫ଲକ୍ଷ ୯୨ହଜାର ୨୫୫କ୍ୟୁସେକ ବନ୍ୟାଜଳ ପ୍ରବାହିତ ହେଉଥିବାବେଳେ ଧୀରେ ଧୀରେ ଜଳସ୍ତର ବଢୁଛି ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories