www.samajalive.in
Friday, December 12, 2025
23.1 C
Bhubaneswar

ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା – ସୁବର୍ଣ୍ଣରେଖା, ଜଳକା ଓ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି

ଡେସ୍କ: ଓଡ଼ିଶାର ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଥିବାରୁ ସୁବର୍ଣ୍ଣରେଖା, ଜଳକା ଏବଂ ବୈତରଣୀ ନଦୀରେ ଜଳସ୍ତର ବୃଦ୍ଧି ପାଉଛି। ବୈତରଣୀ ନଦୀର ଆନନ୍ଦପୁର ଠାରେ ଜଳ ସ୍ତର ୩୮. ୮୨ ମିଟରରେ ପ୍ରବାହିତ ହେଉଛି ଓ ଏହା କ୍ରମାଗତ ବୃଦ୍ଧି ପାଉଛି, ଏହାର ବିପଦ ସଂକେତ ସ୍ତର ୩୮. ୩୬ ମିଟର। ସେହିପରି, ଆଖୁଆପଦା ଠାରେ ଜଳସ୍ତର ୧୭. ୯୮ ମିଟର ରହିଛି ଓ ଏହା କ୍ରମାଗତ ବୃଦ୍ଧି ସ୍ଥିତିରେ ଅଛି। ଏହାର ବିପଦ ସଂକେତ ସ୍ତର ୧୮. ୩୩ ମିଟର। କେନ୍ଦ୍ରୀୟ ଜଳ ଆୟୋଗର ଅନୁମାନ ଅନୁଯାୟୀ, ଏହି ସ୍ତର ଆଜି (ଶନିବାର) ରାତି ୧୦ଟା ସୁଦ୍ଧା ୧୮. ୬୫ ମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ।

ଜଳକା ନଦୀରେ ମଥାନୀ ଠାରେ ଜଳସ୍ତର ୭. ୨୦ ମିଟରରେ ସ୍ଥିର ରହିଥିଲେ ମଧ୍ୟ ବିପଦ ସଂକେତ ଉପରେ ପ୍ରବାହିତ ହେଉଛି। ଏଠାରେ ବିପଦ ସଂକେତ ସ୍ତର ୬ . ୫୦ ମିଟର। ସୁବର୍ଣ୍ଣରେଖା ନଦୀର ଜାମଶୋଳା ଘାଟ ଠାରେ ଜଳସ୍ତର ୪୭.୯୨ ମିଟର ରହିଛି ଓ ଏହା ବୃଦ୍ଧି ପାଉଥିବା ସ୍ଥିତିରେ ଅଛି। ଏହାର ବିପଦ ସଂକେତ ୪୯.୧୬ ମିଟର। ସେହିପରି ରାଜଘାଟ ଠାରେ ଏହି ସ୍ତର ୭.୨୬ ମିଟର ରହିଛି ଓ ଏହା ବୃଦ୍ଧି ପାଉଥିବା ଲକ୍ଷ୍ୟ କରାଯାଉଛି। ଏହାର, ବିପଦ ସଂକେତ ସ୍ତର ୧୦. ୩୬ ମିଟର। ଏହି ପରିପ୍ରେକ୍ଷୀରେ ଆସନ୍ତା କାଲି ୨୭ ତାରିଖ ସକାଳ ୧୦ଟା ସୁଦ୍ଧା ସୁବର୍ଣ୍ଣରେଖା ନଦୀରେ ସର୍ବୋଚ୍ଚ ବନ୍ୟା ଜଳ ପ୍ରବାହିତ ହେବାର ସମ୍ଭାବନା ରହିଛି ଏବଂ ଜଳ ସ୍ତର ୧୧ . ୭ ମିଟର ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ।

- Advertisement -

ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି, ଜଳ ସମ୍ପଦ ବିଭାଗର ରାଜ୍ୟ ବନ୍ୟା ନିୟନ୍ତ୍ରଣ କକ୍ଷ ଚବିଶ ଘଣ୍ଟିଆ କାର୍ଯ୍ୟରତ ଅଛି ଓ ସ୍ଥିତି ଉପରେ ନିରୀକ୍ଷଣ କରାଯାଉଛି। ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାପାଳମାନଙ୍କୁ ଯେଉଁଠି ଆବଶ୍ୟକ, ସ୍ଥାନୀୟ ବନ୍ୟା ସ୍ଥିତିକୁ ଦେଖି ତଳିଆ ଅଞ୍ଚଳର ଲୋକମାନଙ୍କୁ ଶୀଘ୍ର ନିରାପଦ ଉଚ୍ଚସ୍ଥାନକୁ ସ୍ଥାନାନ୍ତରଣ ଓ ରିଲିଫ କାର୍ଯ୍ୟ ପରିଚାଳନା କରିବାକୁ ସତର୍କ କରାଯାଇଛି। ମୁଖ୍ୟ ଯନ୍ତ୍ରୀ ତଥା ସୁବର୍ଣ୍ଣରେଖା ଓ ବୁଢ଼ାବଳଙ୍ଗ ବେସିନ୍ ଅବବାହିକା ପରିଚାଳକ ), ମହାନଦୀ-ବ୍ରାହ୍ମଣୀ-ବୈତରଣୀ ସିଷ୍ଟମର ଚିଫ୍ ଇଞ୍ଜିନିୟର ତଥା ବେସିନ୍ ମ୍ୟାନେଜର, ମୁଖ୍ୟ ଯନ୍ତ୍ରୀ ଓ ବେସିନ୍ ମ୍ୟାନେଜର, ବୈତରଣୀ ବେସିନ୍ କ୍ଷେତ୍ରସ୍ତରରେ ଜିଲ୍ଲା ପ୍ରଶାସନ ସହିତ ସମନ୍ୱୟ ରଖି ବନ୍ୟାସ୍ଥିତି ତଦାରଖ କରୁଛନ୍ତି। ସୁବର୍ଣ୍ଣରେଖା ଓ ବୈତରଣୀରେ ଜଳସ୍ତର ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଜଳ ସମ୍ପଦ ବିଭାଗର ଦୁଇଜଣ ସର୍ବୋଚ୍ଚ ଯନ୍ତ୍ରୀ ଭୁବନେଶ୍ୱରରୁ ସୁବର୍ଣ୍ଣରେଖା ବେସିନ୍ ଓ ବୈତରଣୀ ବେସିନକୁ ଯାଇଛନ୍ତି। ସେମାନେ ସେହି ସଂପୃକ୍ତ ବେସିନ୍ ଗୁଡ଼ିକରେ ବନ୍ୟା ପରିଚାଳନା କରିବେ।

Hot this week

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

ଫେବୃଆରୀ ୧୨ରେ ବାଂଲାଦେଶ ନିର୍ବାଚନ

ଢାକା,୧୧ା୧୨: ଆସନ୍ତା ବର୍ଷ ଫେବୃଆରୀ ୧୨ ତାରିଖରେ ବାଂଲାଦେଶ ନ୍ୟାସନାଲ ଆସେମ୍ବ୍ଲି...

ଉମର ଖାଲିଦଙ୍କୁ ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ : ଦିଲ୍ଲୀ ଦଙ୍ଗା ଘଟଣାରେ ଗିରଫ ହୋଇଥିବା ଜେଏନୟୁର ପୂର୍ବତନ...

Related Articles

Popular Categories