www.samajalive.in
Wednesday, December 10, 2025
16.1 C
Bhubaneswar

ଖୋଲିଲା ପୌର, ପଞ୍ଚାୟତ ନିର୍ବାଚନ ବାଟ

ଭୁବନେଶ୍ୱର : ରାଜ୍ୟରେ ପଞ୍ଚାୟତ ଓ ପୌର ନିର୍ବାଚନରେ ସଂରକ୍ଷଣ ସୀମା ସର୍ବାଧିକ ୫୦ ପ୍ରତିଶତ ରହିବ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ପଞ୍ଚାୟତ ଓ ପୌର ନିର୍ବାଚନରେ ସଂରକ୍ଷଣ ସୀମାକୁ ୫୦ ପ୍ରତିଶତ ଭିତରେ ସୀମୀତ ରଖିବା ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଆଇନରେ ଆବଶ୍ୟକ ସଂଶୋଧନକୁ ବୁଧବାର ସନ୍ଧ୍ୟାରେ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଥିବା ଜଣାପଡ଼ିଛି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଭାସିରେ ଅନୁଷ୍ଠିତ କ୍ୟାବିନେଟ୍‌ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ବିଧାନସଭା ଅଧିବେଶନ ଚାଲିଥିବା ଯୋଗୁ କ୍ୟାବିନେଟ ବୈଠକ ସମ୍ପର୍କରେ ସରକାରୀ ଭାବେ କୌଣସି ସୂଚନା ଦିଆଯାଇନି। ତେବେ ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁସାରେ,
ଉଭୟ ପଞ୍ଚାୟତ ଓ ପୌର ନିର୍ବାଚନରେ ସଂରକ୍ଷଣ ସୀମାକୁ ୫୦ ପ୍ରତିଶତ ମଧ୍ୟରେ ସୀମିତ ରଖିବାକୁ ରାଜ୍ୟ କ୍ୟାବିନେଟ୍ ଆଜି ଏ ସମ୍ବନ୍ଧିତ ୫ଟି ଆଇନରେ ସଂଶୋଧନ ଆଣିବା ଲାଗି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ଏହି ସଂଶୋଧିତ ବିଲ୍ ଚଳିତ ଅଧିବେଶନରେ ଗୃହରେ ଆଗତ କରାଯିବ।
ପୌର ଓ ପଞ୍ଚାୟତ ନିର୍ବାଚନରେ ଅନୁସୂଚିତ ଜାତି, ଜନଜାତି, ପଛୁଆ ବର୍ଗଙ୍କ ନିମନ୍ତେ ସଂରକ୍ଷଣ ସୀମା ସର୍ବାଧିକ ୫୦ ପ୍ରତିଶତ ରଖିବା ଲାଗି ରାଜ୍ୟ ସରକାର ଓଡ଼ିଶା ପୌର ଆଇନ-୧୯୫୦ ଏବଂ ଓଡ଼ିଶା ପୌର ନିଗମ ଆଇନ-୨୦୦୩ ସମେତ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନ-୧୯୬୪, ଓଡ଼ିଶା ପଞ୍ଚାୟତ ସମିତି ଆଇନ-୧୯୯୯ ଏବଂ ଓଡ଼ିଶା ଜିଲ୍ଲା ପରିଷଦ ଆଇନ-୧୯୯୧ରେ ସଂଶୋଧନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ସମସ୍ତ ଆଇନରେ ସଂଶୋଧନ ପ୍ରସ୍ତାବକୁ ଆଜି ରାଜ୍ୟ କ୍ୟାବିନେଟ ମୋହର ମାରିଛି।
ପୌର ନିର୍ବାଚନରେ ସଂରକ୍ଷଣ ସୀମା ୫୦ ପ୍ରତିଶତରୁ ଅଧିକ ହୋଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ ୨୦୧୮ ମସିହାରେ ରାୟ ଦେବା ସତ୍ତ୍ୱେ ରାଜ୍ୟ ସରକାର ପୌର ନିର୍ବାଚନକୁ ଗତ ୩ବର୍ଷ ଧରି ଗଡ଼ାଇ ଚାଲିଛନ୍ତି। ତେବେ ଏହାକୁ ବିରୋଧ କରି ବିଜେପି ହାଇକୋର୍ଟରେ ମାମଲା ରୁଜୁ କରିବା ପରେ ପୌର ନିର୍ବାଚନ ପାଇଁ ସରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି। ପୌର ନିର୍ବାଚନ ପାଇଁ ଆବଶ୍ୟକ ନିୟମରେ ସଂଶୋଧନ କରି ଅଗଷ୍ଟ ୧୨ ତାରିଖରୁ ଏନେଇ ଲୋକଙ୍କ ମତାମତ ଲୋଡ଼ାଯାଇଛି। ସେହିପରି ପଞ୍ଚାୟତ ନିର୍ବାଚନ ପରିଚାଳନା ପାଇଁ ନିୟମରେ ସଂଶୋଧନ କରି ଗତ ଅଗଷ୍ଟ ୧୮ତାରିଖରେ ଏନେଇ ଲୋକଙ୍କ ମତାମତ ଲୋଡ଼ିଛନ୍ତି। ଅବଶ୍ୟ ରାଜ୍ୟ ସରକାର ପଞ୍ଚାୟତ ନିର୍ବାଚନକୁ ଧାର୍ଯ୍ୟ ସମୟ ସୀମା ମଧ୍ୟରେ ସାରିବାକୁ ସଙ୍କେତ ଦେଇଛନ୍ତି। ସୂଚନାଯୋଗ୍ୟ ୨୦୨୨ ମାର୍ଚ୍ଚ ୧୦ ତାରିଖରେ ପଞ୍ଚାୟତ ଗୁଡ଼ିକର କାର୍ଯ୍ୟ ଅବଧି ଶେଷ ହେଉଛି।

Hot this week

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

Related Articles

Popular Categories