www.samajalive.in
Sunday, December 14, 2025
26.1 C
Bhubaneswar

ଆଜି ଏସ୍‌ସିବିରେ ଆହତଙ୍କୁ ଭେଟିବେ ମମତା

କଟକ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆଜି କଟକ ଆସିବେ। ସେ ଭୁବନେଶ୍ୱର ଯିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି। ଏନେଇ ଖୋଦ୍‌ ମମତା ସୂଚନା ଦେଇଛନ୍ତି।
ମମତା କହିଛନ୍ତି, କଟକ ବଡ଼ ଡାକ୍ତରଖାନା (ଏସ୍‌ସିବି)ରେ ପଶ୍ଚିମବଙ୍ଗର ୫୩ ଜଣ ଆହତ ଚିକିତ୍ସାଧୀନ ଅଛନ୍ତି। ସେମାନଙ୍କ ସ୍ୱାସ୍ଥ୍ୟାବସ୍ଥା ତଦାରଖ କରିବା ସହ ସେଠାରେ ଆହତଙ୍କୁ ସହାୟତା ରାଶି ମଧ୍ୟ ପ୍ରଦାନ କରାଯିବା ସମ୍ଭାବନା ରହିଛି। ପ୍ରଥମେ କଟକରେ ଆହତଙ୍କୁ ଭେଟିବା ପରେ ସେଠାରୁ ଭୁବନେଶ୍ୱର ଯାଇ ଆହତଙ୍କ ଚିକିତ୍ସା ବ୍ୟବସ୍ଥା ନେଇ ବରିଷ୍ଠ ଅଧିକାରୀମାନଙ୍କ ସହ ସେ କଥା ହେବେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ସୁଶ୍ରୀ ମମତା କହିଛନ୍ତି ଯେ, ଏହି ଦୁର୍ଘଟଣାରେ ତାଙ୍କ ରାଜ୍ୟର ଯେଉଁମାନେ ପ୍ରାଣ ହରାଇଛନ୍ତି ଓ ଯେଉଁମାନେ ସଂପୂର୍ଣ୍ଣ ଅକ୍ଷମ ହୋଇପଡିଛନ୍ତି ସେମାନଙ୍କ ପରିବାରର ଜଣେ ଲେଖାଏଁ ବ୍ୟକ୍ତିଙ୍କୁ ସ୍ପେଶାଲ ହୋମଗାର୍ଡ ଚାକିରି ଦିଆଯିବ। ଏଥିସହ ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ, ଗୁରୁତର ଆହତଙ୍କୁ ୨ ଲକ୍ଷ ଓ ସାମାନ୍ୟ ଆହତଙ୍କୁ ୫୦ ଓ ୨୫ ହଜାର ଟଙ୍କା ଲେଖାଏଁ ସହାୟତା ରାଶି ପ୍ରଦାନ କରାଯିବ। ଆହତ ନ ହୋଇଥିଲେ ମଧ୍ୟ ମାନସିକ ଆଘାତ ପାଇଥିବା ଯାତ୍ରୀଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ମିଳିବ। ସେହିପରି ସମସ୍ତ ମୃତାହତଙ୍କ ପରିବାରକୁ ମାଗଣା ରାସନ ଦିଆଯିବ ବୋଲି ମମତା ଘୋଷଣା କରିଛନ୍ତି। ୨ ତାରିଖ ସନ୍ଧ୍ୟାରେ ବାହାନଗା ଟ୍ରେନ ଦୁର୍ଘଟଣା ପରଦିନ ସୁଶ୍ରୀ ମମତା ଘଟଣାସ୍ଥଳକୁ ଆସି ସ୍ଥିତି ସମୀକ୍ଷା କରିଥିଲେ। ଏହି ଦୁର୍ଘଟଣାରେ ଅନେକ ଯାତ୍ରୀ ପଶ୍ଚିମବଙ୍ଗର ରହିଥିବା ଜଣାପଡିଥିଲା।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories