www.samajalive.in
Friday, December 12, 2025
15.1 C
Bhubaneswar

‘ମୋ ସରକାର’ରେ ସାମିଲ ହେଲା ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ‘ମୋ ସରକାର’ କାର୍ଯ୍ୟକ୍ରମରେ ସାମିଲ ହୋଇଛି। ଏଣିକି ଏହି ବିଭାଗ ଦ୍ବାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର ହିତାଧିକାରୀମାନଙ୍କ ସହିତ ସିଧାସଳଖ କଥା ହେବେ ସରକାର। ମଙ୍ଗଳବାର ଲୋକସେବା ଭବନରୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ ଅଧୀନରେ ମା’ ଓ ଶିଶୁମାନଙ୍କ ପାଇଁ ଅନେକ ଗୁରୁତ୍ଵପୂର୍ଣ୍ଣ କଲ୍ୟାଣମୂଳକ କାର୍ଯ୍ୟକ୍ରମ କାର୍ଯ୍ୟକାରୀ ହେଉଛି। ଏସବୁର ସୁଫଳ ହିତାଧିକାରୀଙ୍କ ନିକଟରେ ପହଞ୍ଚିବା ଜରୁରୀ। ଶିଶୁମାନଙ୍କ ପୁଷ୍ଟି କାର୍ଯ୍ୟକ୍ରମର ସଫଳତା ସହିତ ମାତୃ ମୃତ୍ୟୁହାର ଏବଂ ଶିଶୁ ମୃତ୍ୟୁ ହାର ହ୍ରାସ ଦିଗରେ ରାଜ୍ୟ ସରକାରଙ୍କ ସଫଳତା ପଛରେ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗ କର୍ମଚାରୀଙ୍କର ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ବିଭାଗର ଭଲ କାର୍ଯ୍ୟଗୁଡ଼ିକୁ ଆଗକୁ ଜାରି ରଖିବା ସହିତ ଦୁର୍ନୀତିକୁ କୌଣସି ପରିସ୍ଥିତିରେ ପ୍ରଶ୍ରୟ ନ ଦେବା ପାଇଁ ମୁଖ୍ୟମନ୍ତ୍ରୀ ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କୁ ପରାମର୍ଶ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ହିତାଧିକାରୀଙ୍କ ସନ୍ତୋଷ ହେଉଛି ଯୋଜନାର ସବୁଠାରୁ ବଡ଼ ସଫଳତା। ଲୋକଙ୍କୁ ଉତ୍ତମ ସେବା ଯୋଗାଇଦେବା ହେଉଛି ‘ମୋ ସରକାର’ କାର୍ଯ୍ୟକ୍ରମର ମୁଖ୍ୟ ଲକ୍ଷ୍ୟ। ଲୋକଙ୍କ ମତାମତ ଭିତ୍ତିରେ ହିଁ ସେବା ବ୍ୟବସ୍ଥାକୁ ଅଧିକ ଉନ୍ନତ କରିବା ପାଇଁ ଚେଷ୍ଟା କରାଯାଉଛି।

- Advertisement -

ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ ମୋ ସରକାର କାର୍ଯ୍ୟକ୍ରମର ଉପାଦେୟତା ଉପରେ ଆଲୋକପାତ କରିଥିଲେ। ସେହିପରି ମୋ ସରକାର କାର୍ଯ୍ୟକ୍ରମ ସାରା ଦେଶରେ ଏକ ଅଭିନବ ପ୍ରୟାସ ବୋଲି ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ କହିଥିଲେ। ୫-ଟି ସଚିବ ଭି. କେ. ପାଣ୍ଡିଆନ ମହିଳା, ଶିଶୁ ବିକାଶ ଓ ମିଶନ ଶକ୍ତି ବିଭାଗର କ୍ଷେତ୍ର କର୍ମଚାରୀମାନଙ୍କୁ ମୋ ସରକାର କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ଭାବରେ ବୁଝାଇଥିଲେ। ବିଭିନ୍ନ ଅଙ୍ଗନୱାଡ଼ି କେନ୍ଦ୍ରକୁ ଯୋଗାଇ ଦିଆଯାଉଥିବା ଛତୁଆ କାର୍ଯ୍ୟକ୍ରମରେ କେବଳ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡ଼ିକୁ ସାମିଲ କରିବା ପାଇଁ ରାଜ୍ୟ ସରକାରଙ୍କର ନିର୍ଦେଶ ରହିଛି। ଏହାକୁ କଡ଼ାକଡ଼ି ଭାବରେ ପାଳନ କରିବା ପାଇଁ ସେ ଜିଲାପାଳମାନଙ୍କୁ ପରାମର୍ଶ ଦେଇଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories