www.samajalive.in
Monday, December 8, 2025
14.1 C
Bhubaneswar

ସରକାର ଗଠନର ୬ ମାସ ମଧ୍ୟରେ ସବୁ ପ୍ରତିଶ୍ରୁତି ପୂରଣ ହେଲା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗତ ଜୁନ୍ ୧୨ରେ ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ପ୍ରଥମ କ୍ୟାବିନେଟରେ ଯେଉଁ ୪ଟି ପ୍ରମୁଖ ନିଷ୍ପତ୍ତି ନିଆଯାଇଥିଲା ସେସବୁ ୬ ମାସ ମଧ୍ୟରେ ପୂରଣ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି। ରବିବାର ବରଗଡ଼ ଜିଲାର ସୋହେଲାରେ ଆୟୋଜିତ ଚାଷୀ ସମାବେଶରେ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୪ଟି ନିଷ୍ପତ୍ତି ମଧ୍ୟରୁ ଧାନ କିଣା ବାବଦକୁ ୩୧୦୦ ଟଙ୍କା ପ୍ରଦାନ କରିବା ଏକ ମୁଖ୍ୟ ନିଷ୍ପତ୍ତି ଥିଲା। ଆଜି ଏହି ସମାବେଶରେ ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ ସହାୟତା ପ୍ରଦାନ କରାଯାଇଛି। ୨୧ ହଜାର ୫୦୦ ଚାଷୀଙ୍କୁ ଏହି ସହାୟତା ଦିଆଯାଇଛି। ଶ୍ରୀମନ୍ଦିରର  ଚାରି ଦ୍ୱାର ଖୋଲିବା ହେଉ କିମ୍ବା ଶ୍ରୀମନ୍ଦିର ଉନ୍ନତିକରଣ ପାଇଁ ୫୦୦ କୋଟି ଟଙ୍କାର କର୍ପସ ପାଣ୍ଠି​‌ ହେଉ, ସୁଭଦ୍ରା ଯୋଜନା ହେଉ କିମ୍ବା ଚାଷୀଭାଇମାନଙ୍କୁ ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କା ହେଉ-ଆମ ସରକାର ଆପଣମାନଙ୍କୁ ଦେଇଥିବା ୪ଟି ଯାକ ପ୍ରତିଶ୍ରୁତି ଆଜି ପୂରଣ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

- Advertisement -

ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ କହିଥିଲେ ଯେ, ସରକାରଙ୍କ କଥା ଆଉ କାମ ସମାନ। ସରକାର ଯାହା କହିଥିଲେ, ତାହା କରି ଦେଖାଇଛନ୍ତି। ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କହିଥିଲେ, ଏହା ଆମ ସରକାରଙ୍କ ପ୍ରଥମ ନିଷ୍ପତ୍ତି ଥିଲା। ଆଜି ତାହା ପୂରଣ ହୋଇଛି। ମଣ୍ଡିଗୁଡ଼ିକରୁ ଦଲାଲମାନଙ୍କ ଦୌରାତ୍ମ୍ୟ ବନ୍ଦ କରିବା ପାଇଁ ସରକାର ସମସ୍ତ ପଦକ୍ଷେପ ନେଇଛନ୍ତି। ଧାନ କିଣା ବ୍ୟବସ୍ଥାକୁ ସ୍ବଚ୍ଛ କରାଯାଇଛି ବୋଲି ସେ କହିଥିଲେ।

କାର‌୍ୟ୍ୟକ୍ରମରେ ଖାଦ୍ୟ ଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଯୋଗଦେଇ ଧାନ କିଣାକୁ ସ୍ବଚ୍ଛ କରିବା ପାଇଁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ସୂଚନା ଦେଇଥିଲେ। ସମବାୟ, ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ, ବରଗଡ ସାଂସଦ ପ୍ରଦୀପ ପୁରୋହିତ, ଭଟଲି ବିଧାୟକ ଇରାଶିସ ଆଚାର୍ଯ୍ୟ,  ବରଗଡ଼ ବିଧାୟକ ଅଶ୍ଵିନୀ ଷଡ଼ଙ୍ଗୀ, ଅତାବିରା ବିଧାୟକ ନିହାର ମହାନନ୍ଦ, ବିଜେପୁର ବିଧାୟକ ସନତ କୁମାର ଗର୍ତିଆ ପ୍ରମୁଖ ଉପସ୍ଥିତ ରହି ଅଭିଭାଷଣ ରଖିଥିଲେ। ପଦ୍ମଶ୍ରୀ ହଳଧର ନାଗ ଓ ପଦ୍ମଶ୍ରୀ ଭାଗବତ ପ୍ରଧାନ ମଧ୍ୟ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories