www.samajalive.in
Sunday, December 14, 2025
26.1 C
Bhubaneswar

ଜଳୁଛି ପଶ୍ଚିମ ଓଡ଼ିଶା, ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ

ଭୁବନେଶ୍ବର: ରାଜ୍ୟର ଆଭ୍ୟନ୍ତରୀଣ ଜିଲାଗୁଡିକରେ ଗୁରୁବାର କଳାବୈଶାଖୀ ପ୍ରଭାବରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ପବନ ହୋଇଥିବାବେଳେ ପଶ୍ଚିମ ଓଡ଼ିଶାରେ ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୪ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଆହୁରି ତାଣ୍ଡର ରଚିବ। ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ପ୍ରଭାବ ଅଧିକ ଦେଖିବାକୁ ମିଳିବ। ବଜ୍ରପାତ ସହିତ ଝଡ଼ତୋଫାନ ସମ୍ଭାବନା ଥିବାରୁ ଉପରୋକ୍ତ ଅଞ୍ଚଳକୁ ସତର୍କ ସୂଚନା ଜାରି କରାଯାଇଛି।

ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା ୫ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବାର ସମ୍ଭାବନା ନାହିଁ; କିନ୍ତୁ ଏହି ସମୟ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଅଞ୍ଚଳରେ ତାପମାତ୍ରା ୪୨ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରେକର୍ଡ ହୋଇପାରେ। ଅନ୍ୟ ପକ୍ଷରେ ପୁଣି ଅଗ୍ରସର ହେଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଦକ୍ଷିଣ ଆରବ ସାଗରର କିଛି ଅଞ୍ଚଳ, ମାଳଦୀପ-କ୍ୟାମୋରିନ୍‌ର କିଛି ଅଂଶ, ଦକ୍ଷିଣ ତଥା ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରର ଆହୁରି ଅନେକ ଅଞ୍ଚଳକୁ ଅଗ୍ରସର ହୋଇଛି।

- Advertisement -

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ବିଶେଷ କରି କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ ଏବଂ ଗଜପତିକୁ ବଜ୍ରପାତ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ସତର୍କ ରହିବାକୁ ଏସ୍‌ଆର୍‌ସି ଶ୍ରୀ ସାହୁ ସମ୍ପୃକ୍ତ ଜିଲାପାଳଙ୍କୁ ପରାମର୍ଶ ଦେଇଛନ୍ତି।

Hot this week

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

Related Articles

Popular Categories