www.samajalive.in
Saturday, December 6, 2025
17.1 C
Bhubaneswar

୫ ଯାଏ କାଳବୈଶାଖୀ: ୪୦ ଡିଗ୍ରୀ ଛୁଇଁଲା ବଲାଙ୍ଗୀର ଓ ବୌଦ୍ଧ

ଭୁବନେଶ୍ୱର : କାଳବୈଶାଖୀ ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପାରଦ ତଳମୁହାଁ ହୋଇଛି। କିନ୍ତୁ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ବଲାଙ୍ଗୀର ଓ ବୌଦ୍ଧରେ ପାରଦ ୪୦ ଡିଗ୍ରୀ ଛୁଇଁଥିବାବେଳେ ଅଧିକାଂଶ ଅଞ୍ଚଳ ଉତ୍ତପ୍ତ ରହିଛି। ବୁଧବାର ବଲାଙ୍ଗୀରରେ ସର୍ବାଧିକ ୪୧ ଡିଗ୍ରୀ ଦିନ ତାପମାତ୍ରା ରେକର୍ଡ ହୋଇଛି। ବୌଦ୍ଧରେ ୪୦ ଡିଗ୍ରୀ, ଟିଟିଲାଗଡ଼ ୩୯.୫, ଝାରସୁଗୁଡ଼ା ୩୯, ଭୁବନେଶ୍ବର ୩୫ ଏବଂ କଟକରେ ୩୪.୫ ଡିଗ୍ରୀ ରେକର୍ଡ ହୋଇଛି। ଆସନ୍ତା ୫ ଦିନ ଯାଏଁ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବନାହିଁ। ବୌଦ୍ଧ ଓ ବଲାଙ୍ଗୀରରେ କେତେକ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଆସନ୍ତା ୫ ତାରିଖ ଯାଏଁ କାଳବୈଶାଖୀ ନେଇ ସତର୍କତା ଜାରି ହୋଇଛି। ୨ରୁ ୩ ତାରିଖ ସକାଳ ଯାଏଁ ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାକୁ ଝଡ଼ ଓ କୁଆପଥର ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ରହିଛି। ଏହି ସମୟରେ ପବନର ବେଗ ୫୦-୬୦ କିମି ରହିବ। ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, କୋରାପୁଟ, ନବରଙ୍ଗପୁର ଜିଲାକୁ ଝଡ଼ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ରହିଛି। ଏହି ସମୟରେ ପବନର ବେଗ ୩୦-୪୦ କିମି ରହିବ। ୩ରୁ ୪ ତାରିଖ ଯାଏଁ ମୟୂରଭଞ୍ଜ, କେନ୍ଦୁଝରଗଡ଼, ସୁନ୍ଦରଗଡ଼, ଝାରସୁଗୁୁଡ଼ା, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ରହିଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ଏବଂ ୪୦-୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories