www.samajalive.in
Friday, December 5, 2025
26.1 C
Bhubaneswar

ଘୂର୍ଣ୍ଣିବଳୟରେ ବର୍ଷା ଜାରି, ୬ ଦିନ ଯାଏ ବଜ୍ରପାତ ସହ ପ୍ରବଳ ବର୍ଷିବ

ଭୁବନେଶ୍ଵର: ଘୂର୍ଣ୍ଣିବଳୟ ପ୍ରଭାବରୁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ଆଗାମୀ ୬ ଦିନ ଯାଏ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ କିଛି ଦିନ ହେବ ରାଜ୍ୟରେ ସର୍ବାଧିକ ତାପମାତ୍ରା ବୃଦ୍ଧି ପାଇଥିଲା। ପଶ୍ଚିମ ଓଡିଶାର କିଛି ଅଞ୍ଚଳରେ ପାରଦ ୪୦ ଡିଗ୍ରୀ ଟପିଥିଲା। ଉପକୂଳରେ ଆର୍ଦ୍ରତା ପରିମାଣ ଅଧିକ ରହିବା ହେତୁ ଗରମ ଓ ଗୁଳୁଗୁଳି ଅନୁଭୂତ ହେଉଥିଲା। ଅପରାହ୍ନରେ ବଜ୍ରପାତ ସହ ବର୍ଷା ଭଳି ସ୍ଥିତି ଲାଗି ରହୁଥିଲା। ବୁଧବାର ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଅନେକ ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇଥିବାରୁ ପାଗରେ ପରିବର୍ତ୍ତନ ଆସିଛି। ଆଜିଠୁ ସର୍ବାଧିକ ତାପମାତ୍ରା ୨ରୁ ୪ ଡିଗ୍ରୀ  ପର୍ଯ୍ୟନ୍ତ କମିବା ର ସମ୍ଭାବନା ରହିଛି। ସୃଷ୍ଟ ଘୂର୍ଣ୍ଣିବଳୟ ମୌସୁମୀକୁ ଅଧିକ ସକ୍ରିୟ କରାଇବାରେ ସହାୟକ ହେବ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories