www.samajalive.in
Friday, December 5, 2025
17.1 C
Bhubaneswar

ଆସୁଛି ଆଉ ଏକ ଲଘୁଚାପ !

ଭୁବନେଶ୍ଵର : ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରି ଅଧିକ ଘନୀଭୂତ ହେବା ନେଇ ସୂଚନା ରହିଛି। ସେପଟେ ରାଜ୍ୟରେ ଏବେ ଖରାଟିଆ ଓ ଶୁଖିଲା ପାଗ ଲାଗିରହିଛି। ରାଜ୍ୟ ଓ ଦେଶରୁ ଏଇ ବର୍ଷ ପାଇଁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଫେରିଯିବାକୁ ପାଗ ଅନୁକୂଳ ହେଉଛି। ଏଥିସହ ଦକ୍ଷିଣ ଉପଦ୍ଵୀପ ଭାରତ ଏବଂ ଦକ୍ଷିଣ ତଥା ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ପୂର୍ବ ଓ ଉତ୍ତର ପୂର୍ବ ବାୟୁ ଚଳନ ଆରମ୍ଭ ହୋଇଯିବ। ଫଳରେ ଦକ୍ଷିଣ ପୂର୍ବ ଉପଦ୍ଵୀପ ଅଞ୍ଚଳରେ ଉତ୍ତର ପୂର୍ବ ମୌସୁମୀ ବାୟୁ ଯୋଗୁଁ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories