www.samajalive.in
Tuesday, December 9, 2025
23.1 C
Bhubaneswar

ଆଜିଠୁ କମିବ ବର୍ଷା

ଭୁବନେଶ୍ବର :  ଲଘୁଚାପ ଓ ସକ୍ରିୟ ମୌସୁମୀ ପ୍ରଭାବରେ ଗତ କିଛି ଦିନ ଦେଲା ରାଜ୍ୟରେ ବର୍ଷା ଲାଗି ରହିଥିବାବେଳେ ଆସନ୍ତାକାଲିଠାରୁ ଏହାର ପ୍ରଭାବ କମିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି । ୭ରୁ ୮ ତାରିଖ ମଧ୍ୟରେ ଆହୁରି ବର୍ଷା ପରିମାଣ କମିବ । ୫ ତାରିଖ ସକାଳ ପର୍ଯ୍ୟନ୍ତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାକୁ ବର୍ଷା (୭ ରୁ ୧୧ ସେ.ମି.) ବର୍ଷା ନେଇ ପାଣିପାଗ କେନ୍ଦ୍ର ହଳଦିଆ ସତର୍କତା ଜାରି କରିଛି। ଗତ ୨୪ ଘଣ୍ଟା ମଧ୍ୟରେ କେନ୍ଦ୍ରାପଡ଼ାରେ ସର୍ବାଧିକ ୬୫.୪ ମି.ମି., ବାଲେଶ୍ବରରେ ୫୫.୫ ମି.ମି., ଚାନ୍ଦବାଲିରେ ୪୧.୪ ମି.ମି., ରାଉରକେଲାରେ ୪୦.୩ ମି.ମି., କଟକରେ ୨୨.୪ ମି.ମି., କେନ୍ଦୁଝରରେ ୧୩.୭ ମି.ମି., କୋରାପୁଟରେ ୧୯.୬ ମି.ମି., ଛତ୍ରପୁରରେ ୧୮.୬ମି.ମି., ଯାଜପୁରରେ ୨୦.୨ ମି.ମି. ବର୍ଷା ହୋଇଛି। ବର୍ଷା ଯୋଗୁଁ ଭଦ୍ରକ ଓ ବାଲେଶ୍ବରରେ ବନ୍ୟା ସ୍ଥିତି ଉପୁଜିଛି। ଗତ ଚାରି ଦିନରେ ରାଜ୍ୟରେ ସ୍ବାଭାବିକରୁ ଅଧିକ ବର୍ଷା ହୋଇଛି।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories