www.samajalive.in
Saturday, December 6, 2025
23.1 C
Bhubaneswar

ସମ୍ଭାବ୍ୟ ବାତ୍ୟା ପ୍ରଭାବ; ବୁଧବାର ସନ୍ଧ୍ୟାରୁ ଏହି ଜିଲାରେ ହେବ ପ୍ରବଳରୁ ଅତି ପ୍ରବଳ ବର୍ଷା..

ଭୁବନେଶ୍ୱର : ସମ୍ଭାବ୍ୟ ବାତ୍ୟା ‘ଦାନା’ ପ୍ରଭାବରେ ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଅତି ପ୍ରବଳ ବର୍ଷା ପାଇଁ ୭ ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ବୁଧବାର ସନ୍ଧ୍ୟାରୁ ବଦଳିବ ପାଗ, କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ସମ୍ଭାବ୍ୟ ବାତ୍ୟାକୁ ନେଇ ସବୁ ବନ୍ଦର ପାଇଁ ବିପଦ ସଙ୍କେତ ଜାରି ହୋଇଛି । ସବୁ ବନ୍ଦର ପାଇଁ ୧ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ଏନେଇ ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ଏହାସହ ୭ ଜିଲାକୁ ରେଡ୍‌ ଓ ୧୪ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି।

ମଙ୍ଗଳ-ଶନିଙ୍କ ବିଶେଷ ଯୋଗ; ଏହି ୪ ରାଶି ହେବେ ଭାଗ୍ୟଶାଳୀ, ଦୂର ହେବ ସମସ୍ୟା, ଭର୍ତ୍ତି ହେବ ଆଲମିରା..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories