www.samajalive.in
Saturday, December 6, 2025
19.1 C
Bhubaneswar

ମେ ୨ ଯାଏ କାଳବୈଶାଖୀ

ଭୁବନେଶ୍ବର : କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ, କୁଆପଥର ବୃଷ୍ଟି ଏବଂ ଝଡ଼ତୋଫାନ ହେଉଛି। ଆଜି ଉପକୂଳ ସହିତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୨୫ ଜିଲାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ, ଝଡ଼ତୋଫାନ ଏବଂ କୁଆପଥର ବୃଷ୍ଟିପାତର ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାର ନବରଙ୍ଗପୁର,କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ୬ଜିଲାରେ ପ୍ରବଳ ବର୍ଷା ଏବଂ କୁଆପଥର ମାଡ଼ର ସମ୍ଭାବନା ଥିବାରୁ ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କମଳା ସତର୍କ ସୂଚନା ଜାରି କରାଯାଇଛି।
ପାଣିପାଗ କେନ୍ଦ୍ରର ପୂର୍ବାନୁମାନ, ପଶ୍ଚିମ ବିଦର୍ଭ, ଉତ୍ତର ତାମିଲନାଡୁ, ଆଭ୍ୟନ୍ତରୀଣ କର୍ଣ୍ଣାଟକ ଉପରେ ଏକ ନିମ୍ନଚାପ ରେଖା ବ୍ୟାପିବା ସହ ପବନର ଅସନ୍ତୁଳନ ଯୋଗୁଁ ବିଭିନ୍ନ ଜିଲାରେ କାଳବୈଶାଖୀ ଜନିତ ବର୍ଷା ହେଉଥିବା ବେଳେ କିଛି ସ୍ଥାନରେ କୁଆପଥର ବୃଷ୍ଟିପାତ ହୋଇଛି। ରାଜ୍ୟର ଅଧିକାଂଶ ଅଞ୍ଚଳରେ ଏହିପରି ପାଗ ମେ ୨ ପର୍ଯ୍ୟନ୍ତ ଲାଗି ରହିବା ଦ୍ବାରା ସର୍ବାଧିକ ତାପମାତ୍ରା ବୃଦ୍ଧିର ସମ୍ଭାବନା ନାହିଁ। ଏହି ସମୟରେ କାଳବୈଶାଖୀ ଜନିତ ବଜ୍ରପାତ, ବର୍ଷା ଓ କୁଆପଥର ମାଡ଼ର ସମ୍ଭାବନା ରହିଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ନବରଙ୍ଗପୁର, କଳାହାଣ୍ଡି ଏବଂ କନ୍ଧମାଳର କିଛି ଅଞ୍ଚଳରେ କୁଆପଥର ବୃଷ୍ଟିର ସମ୍ଭାବନା ଥିବାବେଳେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ରହିଛି। ଏଥିପାଇଁ ଉପରୋକ୍ତ ଜିଲା ଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ କମଳା ସତର୍କ ସୂଚନା ଜାରି କରାଯାଇଛି।
ଅନ୍ୟପଟେ ମାଲକାନଗିରି, କୋରାପୁଟ, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ବୌଦ୍ଧ, ଅନୁଗୋଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର କିଛି ଅଞ୍ଚଳରେ ବଜ୍ରପାତ ସହ ଝଡ଼ତୋଫାନ ହୋଇପାରେ। ଘଣ୍ଟା ପ୍ରତି ୩୦ରୁ ୪୦କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ଏହିସବୁ ଜିଲାଗୁଡ଼ିକୁ ହଳଦିଆ ସତର୍କ ସୂଚନା ଜାରି କରାଯାଇଛି।
ଆଜି ବାରିପଦାରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିଛି। ଜିଲାରେ ବିଜୁଳି ଘଡ଼ଘଡ଼ି ସହ ୫୭.୬ମିମି ବର୍ଷା ହୋଇଛି। ଏଥିସହିତ ଛତ୍ରପୁରରେ ୭ମିମି ବର୍ଷା ରେକର୍ଡ ହୋଇଥିବା ବେଳେ ସର୍ବାଧିକ ତାପମାତ୍ରା ତାଳଚେରରେ ୩୯.୪ ଡିଗ୍ରୀ, ଅନୁଗୋଳ ୩୯.୧, ଭୁବନେଶ୍ବର ୩୭.୩ ଏବଂ କଟକରେ ୩୮.୮ଡିଗ୍ରୀ ରହିଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories