www.samajalive.in
Saturday, December 6, 2025
26.1 C
Bhubaneswar

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ବର: ବଙ୍ଗୋପ ସାଗରରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ୨୪ ତାରିଖରେ ଘୁର୍ଣ୍ଣିବଳୟ ଓ ପରବର୍ତ୍ତି ୨୪ ଘଣ୍ଟାରେ ଲଘୁଚାପ ରୂପ ନେବ। ପଶ୍ଚିମ-କେନ୍ଦ୍ରୀୟ ଏବଂ ତତ୍‌ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବରରେ ଆସନ୍ତା ୨୫ରୁ ବର୍ଷାର ପରିମାଣ ବଢ଼ିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ବର୍ଷା ପାଇଁ ଉପକୂଳ ଓଡ଼ିଶାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଅପରପକ୍ଷରେ ସକ୍ରିୟ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ପର୍ଯ୍ୟନ୍ତ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବ।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories