www.samajalive.in
Saturday, December 13, 2025
14.1 C
Bhubaneswar

ରାଜ୍ୟରେ ପୁଣି ଫେରିଲା ତାତି, ୪୫.୯ ଡିଗ୍ରୀ ସହ ବୌଦ୍ଧ ସବୁଠୁ ଉତ୍ତପ୍ତ ସହର

ଭୁବନେଶ୍ବର: କିଛି ଦିନର ବ୍ୟବଧାନ ପରେ ପୁଣି ଫେରିଲା ତାତି। ବୌଦ୍ଧ ସହର ସମେତ ରାଜ୍ୟର ୩ଟି ସହରରେ ତାପମାତ୍ରା ୪୫ ଟପିଛି। ବୌଦ୍ଧରେ ତାପମାତ୍ରା ୪୫.୯ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ସୋନପୁର ୪୫.୩  ଏବଂ ଟିଟିଲାଗଡ଼ ୪୫ ଡିଗ୍ରୀ ରେକର୍ଡ ହୋଇଛି।

- Advertisement -

କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ପୁଣି ଥରେ ତାତି ଫେରିଛି ଏବଂ ପ୍ରବଳ ଖରାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଉପକୂଳ ଓଡ଼ିଶାରେ ତାପମାତ୍ରା ସାଧାରଣ ଥିବା ବେଳେ ପଶ୍ଚିମ ଓଡ଼ିଶାରେ ପ୍ରବଳ ଖରା ଅନୁଭୂତ ହେଉଛି।  ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଦୁଇ ତିନି ଦିନରେ ତାପମାତ୍ରା ୩ ଡିଗ୍ରୀରୁ ୫ ଡିଗ୍ରୀ ବଢିବ।


ଆଗାମୀ ୨୪ ଘଣ୍ଟା ଗୁଳୁଗୁଳି ସ୍ଥିତି ରହିବ ଏବଂ ତାପମାତ୍ରା ବି ବୃଦ୍ଧି ପାଇବ। ୨୯ ଏବଂ ୩୦ ତାରିଖରେ ୪ ଜିଲାରେ ଗ୍ରୀଷ୍ଣ ପ୍ରବାହ ସ୍ଥିତି ଜାରି ରହିବ। ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଓ ନୂଆପଡାରେ ତାତି ବଢିବା ନେଇ ସୂଚନା​‌ ରହିଛି। ୩୦ ରୁ ୧ ତାରିଖରେ କିଛି ସ୍ଥାନରେ ବିଜୁଳି, ଘଡଘଡି ସହ ବର୍ଷା ପବନ ହୋଇପାରେ ବୋଲି ପୂର୍ବାନୁମାନ କରାଯାଇଛି।

Hot this week

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

Related Articles

Popular Categories