www.samajalive.in
Sunday, December 7, 2025
26.1 C
Bhubaneswar

ସାରା ରାଜ୍ୟରେ ଅସହ୍ୟ ତାତି, ଆସନ୍ତାକାଲି କମିପାରେ ତାପମାତ୍ରା

ଭୁବନେଶ୍ବର: ଶୁକ୍ରବାର କେବଳ ରାଜଧାନୀ ଭୁବନେଶ୍ୱରର ତାପମାତ୍ରା ୪୩.୫ ଡିଗ୍ରୀ ସେଲସିୟସ ରହିଥିବା​‌େ​ବଳେ ଆଜି ଅନୁଗୁଳ ସହର ତାପମାତ୍ରା ୪୩.୫ ଡିଗ୍ରୀ ରେକର୍ଡ କରାଯାଇଛି। ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆଜି ରାଜ୍ୟର ୪ ସହର ତାପମାତ୍ରା ୪୩ ଡିଗ୍ରୀ ଛୁଇଁଛି। ସେହିପରି ଆଜି ୪୦ ଡିଗ୍ରୀ ଉପରେ ରହିଛି ରାଜ୍ୟର ୨୩ ସହରର ତାପମାତ୍ରା। ୪୩.୫ ଡିଗ୍ରୀ ତାପମାତ୍ରା ସହ ଅନୁଗୁଳ ସବୁଠୁ ଉତ୍ତପ୍ତ ସହର ହୋଇଛି। ସେହିପରି ମାଲକାନଗିରି ୪୩.୨, ବୌଦ୍ଧ ଓ ଟିଟିଲାଗଡ଼ ୪୩ ଡିଗ୍ରୀ, କଟକ ୪୦.୧ ଓ ଭୁବନେଶ୍ବର ତାପମାତ୍ରା ୩୯.୬ ଡିଗ୍ରୀ ରେକର୍ଡ କରାଯାଇଛି।

ଗତକାଲି ଗୋଟିଏ ଦିନରେ ଅଂଶୁଘାତରେ ଆକ୍ରାନ୍ତ ହୋଇଛନ୍ତି। ଦିନ ସମୟରେ ହକି, କ୍ରିକେଟ ଓ ଫୁଟବଲ ଖେଳ ଉପରେ କଟକଣା ଜାରି କରିଛନ୍ତି ସରକାର। ପୂର୍ବାହ୍ନ ୧୧ଟାରୁ ଅପରାହ୍ଣ ୪ ମଧ୍ୟରେ ଏସବୁ କ୍ରୀଡ଼ା ଯେଭଳି ଖେଳା ନ ଯିବା ସେଥିପାଇଁ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ କ୍ରୀଡ଼ା ବିଭାଗକୁ ଚିଠି ଲେଖାଯାଇଛି।
ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ଆସନ୍ତାକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା କମ୍ ରହିବ। କେବଳ ବଲାଙ୍ଗିର, ଭବାନୀପାଟଣା ଓ ମାଲକାନଗିରିରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁବ। ନବରଙ୍ଗପୁର, ନୂଆପଡ଼ା, ଟିଟିଲାଗଡ଼, ରାୟଗଡ଼ା, ପାରଳାଖେମୁଣ୍ଡି, ବୌଦ୍ଧ, ନୟାଗଡ଼, ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ଦିନର ସର୍ବୋଚ୍ଚ ତାପମାତ୍ରା ୩୯ ଡିଗ୍ରୀ ରହିପାରେ। ସେହିପରି ଭୁବନେଶ୍ୱର ଓ କଟକରେ ଆସନ୍ତାକାଲି ତାପମାତ୍ରା ଯଥାକ୍ରମେ ୩୭ ଓ ୩୮ ଡିଗ୍ରୀକୁ ଖସିବା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories