www.samajalive.in
Sunday, December 14, 2025
17.1 C
Bhubaneswar

ଅସହ୍ୟ ତାତିରୁ ମିଳିଲା ଆଶ୍ୱସ୍ତି: କାଳବୈଶାଖୀ ବର୍ଷାରେ ଭିଜିଲା ଓଡ଼ିଶା, ଖସିଲା ତାପମାତ୍ରା

ଭୁବନେଶ୍ୱର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ଓ କୁଆପଥର ବୃଷ୍ଟି ହୋଇଥିଲା। ଫଳରେ ଅସହ୍ୟ ତାତିରୁ ଆଶ୍ୱସ୍ତି ମିଳିଥିଲା। କାଳବୈଶାଖୀ ବର୍ଷାରେ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳ ଭିଜିଛି ଏବଂ ଥଣ୍ଡା ପାଗ ଅନୁଭୂତ ହୋଇଛି। ଦିନରେ ମେଘୁଆ ପାଗ ଓ ସନ୍ଧ୍ୟାରେ ଘଡ଼ଘଡ଼ି ସହ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଛି।

ଆଜି ସନ୍ଧ୍ୟାରେ ଘଡ଼ଘଡ଼ି ସହିତ ପ୍ରବଳ ବର୍ଷା ହୋଇଥିଲା। ଏପରିକି କାଳବୈଶାଖୀ ପ୍ରଭାବରେ ପବନ ବହିବା ସହିତ କୁଆପଥର ମଧ୍ୟ ବୃଷ୍ଟି ହୋଇଥିଲା। ଏହାସହିତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇଛି। ଫଳରେ ସାରା ରାଜ୍ୟରେ ତାପମାତ୍ରା ୨ରୁ ୪ଡିଗ୍ରୀକୁ ଖସି ଆସିଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ସାରା ରାଜ୍ୟର କାଳବୈଶାଖୀ ଅନୁଭୁତ ହେବ ଏବଂ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ବର ପାଣିପାଗ ପକ୍ଷରୁ ସୂଚନା ଦିଆଯାଇଛି।

- Advertisement -

୪ ଦିନର ମୁଣ୍ଡଫଟା ଖରା ସାଙ୍ଗକୁ ଅସହ୍ୟ ତାତି ପରେ ଆଜି ସନ୍ଧ୍ୟାରେ ଟୁଇନ ସିଟି ସମେତ ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହୋଇଛି। ଆଜି ଦିନରେ ରାଜ୍ୟର ପ୍ରାୟ ସବୁ ଅଞ୍ଚଳରେ ତାପମାତ୍ରା ହ୍ରାସ ପାଇଥିଲା। ତେବେ ସନ୍ଧ୍ୟା ବେଳକୁ ରାଜଧାନୀ ଭୁବନେଶ୍ୱରରେ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା। ଟ୍ୱିନ୍ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହୋଇଥିବା ଦେଖା ଦେଇଥିଲା । କିଛି ଦିନର ପ୍ରଚଣ୍ଡ ଖରା ପରେ ଆଜିର ବର୍ଷା ଯୋଗୁଁ ଓଡ଼ିଶାବାସୀଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି।

ଆଜି ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇଛି। ଘଡ଼ଘଡ଼ି ଓ ବଜ୍ରପାତ ମଧ୍ୟ ହୋଇଛି। ତାତି ପରେ ବର୍ଷା ଲୋକଙ୍କୁ ସାମାନ୍ୟ ଆଶ୍ୱସ୍ତି ଦେଇଛି। ଆଜି ସକାଳେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ ଓ ବାଲେଶ୍ୱର ଜିଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ମାରିଛି। ରାଜ୍ୟରେ ବର୍ଷା ନେଇ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଆସନ୍ତା ୨ ଦିନ ରାଜ୍ୟରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଘଡ଼ଘଡ଼ି ସହ ବର୍ଷା ଓ ଦଲକା ପବନ ବହିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories