www.samajalive.in
Sunday, December 14, 2025
17.1 C
Bhubaneswar

ପଶ୍ଚିମା ଝଡ଼: ୧୬ରୁ ୧୮ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର: ଆଜିଠୁ ପଶ୍ଚିମା ଝଡ଼, ୧୮ ଯାଏଁ ଘଡ଼ଘଡ଼ି ସହ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ପ୍ରବଳ ବର୍ଷା ନେଇ ୮ଜିଲାକୁ ଯଥା ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଅନୁଗୁଳ ଜିଲାକୁ ୱେଲୋ ୱାର୍ଣ୍ଣି ଜାରି କରାଯାଇଛି। ୧୪ ଓ ୧୫ରେ ହାଲୁକା ବର୍ଷା ହେବାକୁ ଥିବାବେଳେ ୧୬ରୁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୬ରୁ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩୦ ଜିଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


ମିଳିିଥିବା ସୂଚନା ଅନୁଯାୟୀ ପାଣିପାଗରେ ପଶ୍ଚିମାଝଡ ପରିବର୍ତ୍ତନ ଆଣିବ। ଏହି ପଶ୍ଚିମା ଝଡ଼ରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହାର ଜନସାସଧାରଣଙ୍କୁ ଟାଣ ଖରାରୁ ଆଶ୍ୱସ୍ତି ଆଣିଦେବ। ପଶ୍ଚିମା ଝଡର ପ୍ରଭାବରେ ଆଜି ଠାରୁ ପାଗରେ ପରିବର୍ତ୍ତନ ଦେଖା ଦେବ । ଆଜି ୮ ଜିଲାରେ ବିଜୁଳି ଓ ଘଡଘଡି ସହ ବର୍ଷା ହେବାର ଅନୁମାନ କରାଯାଇଛି। ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଅନୁଗୁଳ ଆଦି ଜିଲାକୁ ସତର୍କ କରାଯାଇଛି ।

- Advertisement -

ଏହାସହିତ ଆସନ୍ତାକାଲି ପାଇଁ ୧୧ ଜିଲା ସତର୍କ ସୂଚନା ଜାରି କରାଯାଇଛି। ଉତ୍ତର ଓ ଦକ୍ଷିଣ ଓଡିଶାରେ ଏହାର ପ୍ରଭାବ ପଡିବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡା ଜିଲାରେ ବିଜୁଳି, ଘଡଘଡି ସହ ବର୍ଷାର ସମ୍ଭାବନା ରହିଛି ।


୧୪ ଏବଂ ୧୫ ଅର୍ଥାତ ଆଜି ଏବଂ ଆସନ୍ତାକାଲି ହାଲୁକା ବର୍ଷା ହେବ। ୧୬ ତାରିଖରୁ ବର୍ଷାର ପରିମାଣ ବୃଦ୍ଧି ପାଇପାରେ। ସେହିପରି ୧୬ ତାରିଖରେ ଝଡ ସହ ପବନ ବର୍ଷା ହେବାର ସମ୍ଭାବନା ରହିଛି। ୮ଟି ଜିଲାକୁ ଏଥିପାଇଁ ସତର୍କ କରାଯାଇଛି। ତେବେ ୧୬ ତାରିଖରୁ ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩୦ଟି ଜିଲାରେ ପଶ୍ଚିମା ଝଡର ପ୍ରଭାବ ପଡିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories