www.samajalive.in
Thursday, December 11, 2025
23.1 C
Bhubaneswar

ଦକ୍ଷିଣ ବଙ୍ଗୋପ ସାଗରରେ ଲଘୁଚାପ ସକ୍ରିୟ, ୩ ଦିନ ବର୍ଷା

ଭୁବନେଶ୍ୱର: ଦକ୍ଷିଣ ବଙ୍ଗୋପ ସାଗରରେ ଲଘୁଚାପ ସକ୍ରିୟ ଥିବାରୁ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ମେଘୁଆ ପାଗ ଲାଗି ରହିବା ସହିତ ହାଲୁକାରୁ ମଧ୍ୟମ ଧରରଣ ବର୍ଷା ସମ୍ଭାବନା ରହିଛି।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଦକ୍ଷିଣ ବଙ୍ଗୋପ ସାଗରରେ ଲଘୁଚାପ ସକ୍ରିୟ ରହିଛି। ଏହାର ଶୁକ୍ରବାର ଠାରୁ ରବିବାର ସକାଳ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ମେଘୁଆ ରହିବା ସହିତ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଶୁକ୍ରବାର ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ବୌଦ୍ଧ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, କଟକ, ଢେଙ୍କାନାଳ ଓ ଅନୁଗୋଳ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲ୍‌କା ବର୍ଷା ହେବାର ସମ୍ଭାବନା ରହିଛି।

- Advertisement -

ସେହିପରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳ ସମେତ ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର ଗୋଟିଏ ବା ଦୁଇଟି ସ୍ଥାନର ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି।

Hot this week

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ...

Related Articles

Popular Categories