www.samajalive.in
Sunday, December 14, 2025
19.1 C
Bhubaneswar

ଲଘୁଚାପ କ୍ଷେତ୍ର ସକ୍ରିୟ: ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ବର: ସୃଷ୍ଟ ଲଘୁଚାପ କ୍ଷେତ୍ର ମଙ୍ଗଳବାର ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ତତ୍‌ସଂଲଗ୍ନ ଉତ୍ତର ତାମିଲନାଡୁ ଉପକୂଳରେ ସକ୍ରିୟ ରହିଛି। ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦୁର୍ବଳ ହେବା ସମ୍ଭାବନା ରହିଛି। ତେବେ ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟର ଆଜି ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ୨୬ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ ଓ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ମଙ୍ଗଳବାର ଅପରାହ୍ଣରେ ଭୁବନେଶ୍ବର ସହିତ ଯାଜପୁର, ଖୋର୍ଦ୍ଧା, କଟକ, ଗଞ୍ଜାମ, ଅନୁଗୋଳ, କନ୍ଧମାଳ, କେନ୍ଦୁଝର, ଢେଙ୍କାନାଳ, ନୟାଗଡ଼, ମାଲକାନଗିରି, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗିର ଏବଂ ନବରଙ୍ଗପୁର ଜିଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହୋଇଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁର ଜିଲାର କିଛି ଅଞ୍ଚଳରେ ହାଲୁକା ବର୍ଷା ହେବା ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ପାଗ ଶୁଖିଲା ରହିବ।

- Advertisement -

ରାଜ୍ୟରେ ରାତି ତାପମାତ୍ରା ଜି.ଉଦୟଗିରିରେ ୧୦.୬ଡିଗ୍ରୀ ରେକର୍ଡ ହୋଇଥିବା ବେଳେ କୋରାପୁଟରେ ୧୨ଡିଗ୍ରୀ ରହିଛି। ରାଉରକେଲା ୧୩.୧, ସୁନ୍ଦରଗଡ଼ ୧୪, ଝାରସୁଗୁଡ଼ା ୧୩.୬, କିରେଇ ୧୩.୩, ଦାରିଙ୍ଗବାଡ଼ି ୧୩.୫, କୋରାପୁଟ ୧୨, ରାୟଗଡ଼ା ୧୫.୫, ଭୁବନେଶ୍ବର ୧୯.୪, ଫୁଲବାଣୀ ୧୩ ଏବଂ କଟକରେ ୧୮ଡିଗ୍ରୀ ରହିଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ; କିନ୍ତୁ ପରବର୍ତ୍ତୀ ସମୟରେ ରାତି ତାପମାତ୍ରା ୨ରୁ ୩ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ସମ୍ଭାବନା ରହିଛି।

Hot this week

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

Related Articles

Popular Categories