www.samajalive.in
Saturday, December 13, 2025
14.1 C
Bhubaneswar

ଖସୁଛି ପାରଦ, ବଢୁଛି ଶୀତ: ଜି.ଉଦୟଗିରିରେ ପାରଦ ୪.୮ ଡିଗ୍ରୀ

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ହ୍ରାସ ପାଇବା ସହିତ ଶୀତ ପ୍ରକୋପ ବଢ଼ିଛି। କନ୍ଧମାଳ, ସୁନ୍ଦରଗଡ଼, ଝାରସୁଗଡ଼ା ଏବଂ କୋରାପୁଟ ଜିଲାରେ ପ୍ରବଳ ଶୀତ ପଡ଼ିଛି। ରାତି ତାପମାତ୍ରା କମିବା ଯୋଗୁ କନ୍ଧମାଳ ଜିଲାର ଜି.ଉଦୟଗିରିରେ ପାରଦ ୪.୮ଡିଗ୍ରୀକୁ କମିଛି। ଏହି ଜିଲାର ଫୁଲବାଣୀ ଓ ଦାରିଙ୍ଗବାଡ଼ିରେ ସର୍ବନିମ୍ନ ତାପମାତ୍ରା ୯.୫ ଡିଗ୍ରୀ ରହିଛି। ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ ବିଶେଷ ପରିବର୍ତ୍ତନ ସମ୍ଭାବନା ନାହିଁ।

ଫଳରେ ରାଜ୍ୟରେ ଶୀତ ପ୍ରକୋପ ଲାଗି ରହିବ। ଗୁରୁବାର ସକାଳେ ଢେଙ୍କାନାଳ, ଫୁଲବାଣୀ, ଭବାନୀପାଟଣା, କୋରାପୁଟ ଏବଂ ଗୋପାଳପୁରରେ କୁହୁଡ଼ି ପଡ଼ିଛି। ଉପରୋକ୍ତ ଅଞ୍ଚଳରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଶୁକ୍ରବାର ସକାଳେ କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ନୟାଗଡ଼ ଏବଂ ସୁନ୍ଦରଗଡ଼ ଜିଲାର କିଛି ଅଞ୍ଚଳରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଅନୁଗୋଳ, କନ୍ଧମାଳ ଏବଂ ଢେଙ୍କାନାଳ ଜିଲାର କେତେକ ଅଞ୍ଚଳରେ ଘନକୁହୁଡ଼ି ପଡ଼ିବା ସମ୍ଭାବନା ଅଛି।

Hot this week

ଶନିବାର ରାଶିଫଳ: ଈପ୍‌ସିତ ଅର୍ଥ ପ୍ରାପ୍ତିର ସୂଚନା

ମେଷ: ଧୈର୍ଯ୍ୟ ଓ ସାହସ ସଞ୍ଚୟ କରି ଆଶୁ ବିପଦର ମୁକାବିଲା କରିପାରନ୍ତି।...

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

Related Articles

Popular Categories