www.samajalive.in
Saturday, December 6, 2025
26.1 C
Bhubaneswar

ଶୀତରେ ବଢ଼ୁଛି ଗ୍ରୀଷ୍ମ ପ୍ରକୋପ, ପାରଳାଖେମୁଣ୍ଡି ପାରଦ ୩୬.୬ ଡିଗ୍ରୀ

ଭୁବନେଶ୍ବର : କ୍ରମାଗତ ଭାବେ ଦ୍ବିତୀୟ ଦିନରେ ରାଜ୍ୟରେ ସର୍ବୋଚ୍ଚ ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଛି। ସୋମବାର ରାଜ୍ୟର ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ସବୁଠୁ ଅଧିକ ୩୬.୬ ଡିଗ୍ରୀ ରେକର୍ଡ଼ କରାଯାଇଛି। ପାରଳାଖେମୁଣ୍ଡି ସମେତ ୫ଟି ସ୍ଥାନରେ ପାରଦ ୩୫ ଡିଗ୍ରୀ ଅତିକ୍ରମ କରିଛି। ବଲାଙ୍ଗିରରେ ୩୬ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୩୫.୬ ଡିଗ୍ରୀ, ସୁନ୍ଦରଗଡ଼ରେ ୩୫.୪ ଏବଂ ସମ୍ବଲପୁରରେ ୩୫.୨ ଡିଗ୍ରୀ ରେକର୍ଡ଼ ହୋଇଛି।

ରାଜଧାନୀ ଭୁବନେଶ୍ବରରେ ଘନକୁହୁଡ଼ି ଦେଖାଯାଇଥିଲା। ଏଠାରେ ଦିନର ତାପମାତ୍ରା ୩୨.୪ ଡିଗ୍ରୀ ରେକର୍ଡ଼ କରାଯାଇଛି। କଟକରେ ତାପମାତ୍ରା ୩୦.୬ ଡିଗ୍ରୀ ରହିଛି। ଆଗାମୀ ୫ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବା ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ଜି.ଉଦୟଗିରିରେ ଗତକାଲି ରାତିରେ ସର୍ବନିମ୍ନ ତାପମାତ୍ରା ସବୁଠୁ କମ୍ ୧୨ ଡିଗ୍ରୀ ସେଲସିୟସ ରେକର୍ଡ଼ ହୋଇଥିଲା। ଅନ୍ୟପକ୍ଷରେ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘନକୁହୁଡ଼ି ଲାଗିରହିବା ସମ୍ଭାବନା ଥିବାରୁ ଏଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories