www.samajalive.in
Friday, December 12, 2025
17.1 C
Bhubaneswar

୪୪ ଡିଗ୍ରୀ ଉପରେ ରାଜ୍ୟର ୪ ସହର, ୪୪.୩ ସହ ସମ୍ବଲପୁର ସର୍ବାଧିକ

ଭୁବନେଶ୍ବର: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଫଳରେ ରାଜ୍ୟ ତମାମ କଲବଲ କରୁଛି ତାତି ଓ ଗୁଳୁଗୁଳି। ଆଜି ରାଜ୍ୟର ୧୮ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଅତିକ୍ରମ କରିଥିବା ଜଣାପଡ଼ିଛି। ୪ଟି ସହର ୪୪ଡିଗ୍ରୀ ଅତିକ୍ରମ କରିଥିବାବେଳେ ୪୪.୩ ସହ ସମ୍ବଲପୁରରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଛି। ସେହିପରି ବୌଦ୍ଧରେ ତାପମାତ୍ରା ୪୪.୨ ରହିଥିବାବେଳେ ବଲାଙ୍ଗିର ଓ ନୂଆପଡ଼ାରେ ତାପମାତ୍ରା ୪୪ ଡିଗ୍ରୀ ସେଲସିୟସ ରହିଛି।

- Advertisement -

ସେହିପରି ଝାରସୁଗୁଡ଼ା ୪୩.୮, ମାଲକାନଗିରି ଓ ଟିଟିଲାଗଡ଼ ୪୩.୫, ରାଉରକେଲା ୪୩.୪, ସୋନପୁର ୪୩.୧ ସହିତ ଭୁବନେଶ୍ବର ୩୮.୬ ଓ କଟକରେ ତାପାମାତ୍ରା ୩୮ ଡିଗ୍ରୀ ସେଲସିୟସ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଛି।


ଆଗାମୀ ୨ ରୁ ୩ ଦିନ ମଧ୍ୟରେ ଦକ୍ଷିଣ ପଶ୍ଚିମ-ମୌସୁମୀ ବାୟୁ ଦକ୍ଷିଣ ବଙ୍ଗୋପସାଗର, ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ନିକୋବର ଦ୍ୱୀପର କିଛି ଅଞ୍ଚଳକୁ ଅଗ୍ରସର ହେବାକୁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି ବୋଲି ଭୁବନେଶ୍ବର ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ପ୍ରକାଶ କରାଯାଇଛି।

Hot this week

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

Related Articles

Popular Categories